Get Updates
Get notified of breaking news, exclusive insights, and must-see stories!

ପେଟ୍ରୋଲ ଓ ଡିଜେଲ ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦର?

ଆଜି ମଧ୍ୟ ତୈଳ ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ପେଟ୍ରୋଲ ପକାଇବାକୁ ଚାହୁଁଛନ୍ତି, ତେବେ ତା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ପେଟ୍ରୋଲ ଓ ଡିଜେଲ ଦର? କାରଣ ପ୍ରତ୍ୟେକ ଦିନ ପେଟ୍ରୋଲ ଏବଂ ଡିଜେଲ ଦାମରେ ପରିବର୍ତ୍ତନ ହୋଇଥାଏ । ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପରିବର୍ତ୍ତନ ହୋଇନାହିଁ । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୩୫ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୯୨ ପଇସା ରହିଛି ।

petrol price today

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୬୧ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+