ଆସିଲା ବଡ ଖବର; ବିଷାକ୍ତ ଖାଦ୍ୟ ଖାଇ ୨୦ ଅସୁସ୍ଥ
ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥ ଯାତ୍ରୀ ଅସୁସ୍ଥ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳରେ। ମିଳିଥିବା ସୂଚନା ଅନୁସାରେ କର୍ଣ୍ଣାଟକ ବେଙ୍ଗଲୁରୁ ସହରରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସ୍ ରେ ଗତ ୨୬ ତାରିଖରେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣ ପାଇଁ ବାହାରିଥିଲେ।

ଗତକାଲି ପୁରୀ ଅଭିମୁଖେ ଯାଉଥିବାବେଳେ ସୋର ନିକଟରେ ପହଞ୍ଚିଥିଲେ। ସେଠାରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ପାଇଁ ରୋଷେଇ କରାଯାଇଥିଲା। ଖାଇବାର କିଛି ସମୟ ପରେ ୨୦ ରୁ ଅଧିକ ଲୋକ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।












Click it and Unblock the Notifications