ଆସିଲା ବଡ ଖବର; ୪ରୁ ୫ ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଏଥର ଆଗୁଆ ପହଞ୍ଚିବ ମୌସୁମୀ । ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ଅନୁକୂଳ ରହିଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାଧାରଣତଃ ଜୁନ ୧ରେ କେରଳ ଛୁଇଁଥାଏ । ତେବେ ଚଳିତ ଥର ମୌସୁମୀ ଅଗ୍ରସର ହେବା ପାଇଁ ସ୍ଥିତି ଅନୁକୂଳ ରହିଥିବାରୁ ଧାର୍ଯ୍ୟ ସମୟର ପୂର୍ବରୁ ପହଂଚିବା ସମ୍ଭାବନା ରହିଛି ।

RAIN

ସେପଟେ ଏକା ସାଙ୍ଗରେ ଆସୁଛି ୨ଟି ଲଘୁଚାପ । ମେ' ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ' ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ' ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ' ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+