ଆସୁଛି ବଡ ବର୍ଷା ! ଚିନ୍ତାରେ ଚାଷୀ

ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ସହ ମେଘୁଆ ଓ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ୧୯ ତାରିଖରେ ପାଗ ମେଘୁଆ ରହିବ।

ପୁରୀ, କେନ୍ଦ୍ରାପଡା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲା ମାନଙ୍କରେ ହାଲୁକା ବର୍ଷା ରହିଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଅଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ କିମ୍ବା ୨ଟି ସ୍ଥାନରେ ହାଲୁକା କୁହୁଡି ଦେଖାଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

rain in odisha

ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଛି। ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ୨ରୁ ୩ ଡିଗ୍ରୀ ଖସିବ ପାରଦ। ଆଗାମୀ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୭.୨ ରାଉରକେଲାରେ ରେକର୍ଡ ହୋଇଛି। ଦକ୍ଷିଣ ବଙ୍ଗୋସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ସେପଟେ ଚାଷୀଙ୍କୁ ଘାରିଛି ବର୍ଷା ଭୟ। ଦକ୍ଷିଣ ଓଡ଼ିଶା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି। ଯାହାକୁ ନେଇ କୋରାପୁଟ ଲକ୍ଷ୍ମୀପୁର ଅଞ୍ଚଳର ଧାନ ଚାଷୀ ଏବେ ଚିନ୍ତାରେ। ଅନେକ ସ୍ଥାନରେ ଧାନ କଟା ସଂପୂର୍ଣ୍ଣ ହୋଇନଥିବାବେଳେ କେତେକ ଚାଷୀ ଖଳାରେ ଗଦା ହୋଇଥିବା ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+