ବିହାର ବକ୍ସରରେ ରେଳ ଦୁର୍ଘଟଣା, 4 ମୃତ ଶତାଧିକ ଆହତ

ପାଟନା: ବାହାନଗା ରେଳ ଦୁର୍ଘଟଣାର ଭୟାବହତା ଲୋକଙ୍କ ମନରୁ ଲିଭି ନଥିବା ବେଳେ ଆଉ ଏକ ଯାତ୍ରୀବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିହାରର ବକ୍ସରରେ ବଡ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି । ବକ୍ସର ଜିଲ୍ଲା ରଘୁନାଥପୁର ରେଳ ଷ୍ଟେସନ ନିକଟରେ ନର୍ଥ ଇଷ୍ଟ ଏକ୍ସପ୍ରେସ ବୁଧବାର ରାତି ପ୍ରାୟ 9.30 ରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦିଲ୍ଲୀର ଆନନ୍ଦ ବିହାରରୁ ଗୌହାଟି କାମାକ୍ଷନଗର ଯାଉଥିବା ନର୍ଥ ଇଷ୍ଟ ଏକ୍ସପ୍ରେସର 21 ଟି ବଗି ଲାଇନଚ୍ୟୁତ ହେବାରୁ ବଡ ଦୁର୍ଘଟଣା ଘଟିଛି ।

buxar train accident

ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାରେ 4 ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଛନ୍ତି । 20 ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ପାଟନା ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଲାଇନଚ୍ୟୁ ହୋଇଥିବା ଟ୍ରେନ 21 ଟି କୋଚ ମଧ୍ୟରେ 2 ଟି ଏସି କୋଚ ଥିବା ଜଣାପଡିଛି । ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ରେଳ ବିଭାଗ ଅଧିକାରୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ପହଞ୍ଚାଇଛନ୍ତି ।

ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇ ଦିଆଯାଇଛି । ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ଜଣାପଡି ନାହିଁ ।

ନର୍ଥ ଇଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଡିଡିୟୁ-ପାଟନା ରେଳପଥରେ ଯାତାୟତ ପ୍ରଭାବିତ ହୋଇଛି, ଏକାଧିକ ଟ୍ରେନର ଗତିପଥ ବଦଳାଯାଇଛି । ଗୋଟିଏ ଟ୍ରେନକୁ ବାତିଲ କରାଯାଇଥିବା ବେଳେ 18ଟି ରେଳର ଗତିପଥ ବଦଳାଇ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+