ବହୁ ଚର୍ଚ୍ଚିତ ଗୁଜୁରାଟ ବିଲକସ୍ ବନୋ ଗଣଦୁଷ୍କର୍ମ ମାମଲା: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୁଣି ଜେଲ୍ ଯିବେ ୧୧ ଅଭିଯୁକ୍ତ
Bikis Bano Rape Case: ବହୁ ଚର୍ଚ୍ଚିତ ଗୁଜୁରାଟ ବିଲକସ୍ ବନୋ ଗଣଦୁଷ୍କର୍ମ ମାମଲାରେ ଆଜି ସୁପ୍ରିମକୋର୍ଟ ଏହାର ରାୟ ଘୋଷଣା କରିଛନ୍ତି। ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଜଷ୍ଟିସ ଉଜ୍ୱଲ ଭୁୟାଁଙ୍କ ସ୍ୱତନ୍ତ୍ର ବେଞ୍ଚ୍ ଏହି ମାମଲାର ଶୁଣାଣି କରିଛି। 12 ଅକ୍ଟୋବର 2023ରେ, ବେଞ୍ଚ ଏହାର ନିଷ୍ପତ୍ତି ସଂରକ୍ଷିତ କରି ରଖିଥିଲା ।
ଜାନୁଆରୀ 8, ସୋମବାର ଦିନ ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ଠିକ୍ ହେବ ନାହିଁ । ଏବେ ସମସ୍ତ ଦୋଷୀ ଜେଲ ଯିବେ । ଏହା ପୂର୍ବରୁ ଏହି ମାମଲାରେ ଶୁଣାଣି କରିଥିଲେ ଗୁଜରାଟ ସରକାର । ହେଲେ ଗୁଜରାଟ ସରକାର ଦେଇଥିବା ଆଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ ।
ସୂଚନାଥାଉ ଯେ, ବିଲକିସ ବାନୋ ଗଣବଳାତ୍କାର ମାମଲାରେ ସୁପ୍ରିମକୋର୍ଟ ଅପରାଧୀଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ପାଇଁ ଗୁଜରାଟ ସରକାର ଦେଇଥିବା ଆଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ ଏହାସହ ୨ ସପ୍ତାହ ମଧ୍ୟରେ ସମସ୍ତ ଦୋଷୀଙ୍କୁ ସରେଣ୍ଡର କରିବାକୁ କୋର୍ଟଙ୍କ ପକ୍ଷକୁ ନିର୍ଦ୍ଦେଶ ଜାରି କରାଯାଇଛି । ସୁପ୍ରିମକୋର୍ଟ ଆହୁରି କହିଛନ୍ତି ଯେ ଗୁଜରାଟ ସରକାର ଦୋଷୀମାନଙ୍କ ଦଣ୍ଡାଦେଶ ଉପରେ ନିଷ୍ପତ୍ତି ନେଇପାରିବେ ନାହିଁ ବରଂ ମହାରାଷ୍ଟ୍ର ସରକାର ଏହା ଉପରେ ନିଷ୍ପତ୍ତି ନେବେ।

ସୂଚନାଥା ଯେ, 2022 ଅଗଷ୍ଟ ମାସରେ ଗୁଜରାଟ ସରକାର ବିଲକିସ୍ ବାନୋ ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ ହୋଇଥିବା ୧୧ ଦୋଷୀଙ୍କୁ ମୁକ୍ତ କରାଯାଇଥିଲା । ହେଲେ ସମୟ ପୂର୍ବରୁ ଦୋଷୀମାନଙ୍କୁ ମୁକ୍ତ କରିବାକୁ ନେଇ ୩୦ ନଭେମ୍ବର ୨୦୨୨ରେ ସୁପ୍ରିମକୋର୍ଟରେ ଦୁଇଟି ଆବେଦନ କରାଯାଇଥିଲା। ପ୍ରଥମ ଆବେଦନରେ ଦୋଷୀଙ୍କୁ ମୁକ୍ତ କରିବାକୁ ଚ୍ୟାଲେଞ୍ଜ କରି ସେମାନଙ୍କୁ ଜେଲ ପଠାଇବାକୁ ଦାବି କରାଯାଇଥିଲା।
ଦ୍ୱିତୀୟଟିରେ ସୁପ୍ରିମକୋର୍ଟଙ୍କ ଆଦେଶର ପୁନର୍ବିଚାର କରିବା ପାଇଁ ଦାବି କରାଯାଇଥିଲା। ସୁପ୍ରିମକୋର୍ଟ ମେ' ୨୦୨୩ ରେ ଗୁଜରାଟ ସରକାର ଦୋଷୀମାନଙ୍କୁ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନେବେ ବୋଲି କହିଥିଲେ। ଏହି ପରିପ୍ରେକ୍ଷୀରେ ଶୁଣାଣି କରି ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଜଷ୍ଟିସ ଉଜ୍ୱଲ ଭୁୟାଁଙ୍କ ସ୍ୱତନ୍ତ୍ର ବେଞ୍ଚ ୧୨ ଅକ୍ଟୋବର ୨୦୨୩ ରେ ରାୟ ସଂରକ୍ଷିତ ରଖିଥିଲେ। ଯାହା ଶୁଣାଣି ଆଜି କରାଯାଇଛି ।
ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, 2002ରେ ଗୁଜୁରାଟ ଦଙ୍ଗା ସମୟରେ ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରିବା ସହ ତାଙ୍କ ପରିବାରର 7ଜଣଙ୍କର ହତ୍ୟା କରାଯାଇଥିଲା । ବିଲକସ୍ ବାନୋ ଦୁଷ୍କର୍ମ ଓ ହତ୍ୟା କରାଯିବା ବେଳେ ସେ ଗର୍ଭବତୀ ଥିଲେ । ତେବେ ଏବି ମାମଲାରେ ମୁମ୍ବାଇର ଏକ ସ୍ୱତନ୍ତ୍ର CBI କୋର୍ଟ 21 ଜାନୁଆରୀ 2008ରେ 11ଜଣଙ୍କ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ତା ଦୋଷରେ ଦଣ୍ତିତ କରିଥିଲେ ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications