ମୋହନଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ନେତା ମୁନା ଖାଁ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ପରିବର୍ତ୍ତନ ହେବନି । ଆଜି ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ବାବୁଙ୍କ ନାଁରେ ଦୀର୍ଘ ବର୍ଷରୁ କ୍ରୀଡ଼ା ପୁରସ୍କାର ଦିଆଯାଇ ଆସୁଅଛି । ଏହାର ନାମ ପରିବର୍ତ୍ତନ କଥା ମୁଁ ଆଜି ଗଣମାଧ୍ୟମରୁ ଜାଣିବାକୁ ପାଇଲି । କିନ୍ତୁ ଏନେଇ ବିଧିବଦ୍ଧ ଭାବେ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ ଏବଂ ମୋ ପାଖରେ ବି ସେପ୍ରକାରର କୌଣସି ସୂଚନା ନଥିଲା ।

ମୋ ସରକାର ଓଡ଼ିଶାର ବରପୁତ୍ରମାନଙ୍କୁ ଯଥୋଚିତ ସମ୍ମାନ ଦିଅନ୍ତି । ବିଜୁ ବାବୁ ନିଜ ଦୀର୍ଘ ଦଶନ୍ଧିର ରାଜନୈତିକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ଓଡ଼ିଶା ପାଇଁ ତଥା ଭାରତ ବର୍ଷ ପାଇଁ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବ ପରି ଚାଲୁ ରହିବ । ସେଥିରେ କୌଣସି ପ୍ରକାର ପରିବର୍ତ୍ତନ କରାଯିବାର ଯୋଜନା ନାହିଁ । ଯେମିତି ଆଗରୁ ଚାଲିଥିଲା ସେମିତି ଚାଲିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ମୋହାନ ଚରଣ ମାଝି ।

mohan majhi

ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା ମୁନା ଖାନ୍ । ମୁନ୍ନା ଖାନ୍ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ କହିଛନ୍ତି, ମୁଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଅନେକ ଅନେକ ଧନ୍ୟବାଦ୍ ଏବଂ କୃତଜ୍ଞତା ଜଣାଉଛି । ଆଜି ସେ ଘୋଷଣା କରିଛି, ବିଜୁ ପଟ୍ଟନାୟକଙ୍କ ନାଁରେ ଯେଉଁ କ୍ରୀଡା ପରସ୍କାର ଥିଲା ତାହା ବଜାୟ ରଖିବାକୁ ଘୋଷଣା କରିଛି । ଏହି ନିଷ୍ପତ୍ତି ନେଇ ତାଙ୍କୁ ବହୁ ବହୁତ ଧନ୍ୟବାଦ୍ ବୋଲି କହିଛନ୍ତି ମୁନା ଖାଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+