ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା
ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ ।
ପୂର୍ବାହ୍ମ ୧୧ଟାରୁ ଦିନ ଗୋଟାଏ ଯାଏ ରାଜ୍ୟ କାର୍ଯ୍ୟାଳରପେ ରହିବେ ବୋଲି ସୂଚନା ମିଳିଛି। ଏମ୍ପି, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଏହାସହ ଦଳର ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବାର କାର୍ଯ୍ୟକ୍ରମ ରହିଛି।

ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ନଡ୍ଡା ଆଜି ଦିନ ୧୧ଟା ସମୟରେ ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଏ.ଜି ଛକରେ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।ଏହି କାର୍ଯ୍ୟକ୍ରମ ପରେ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେବେ । ପ୍ରତିଷ୍ଠିତ ବ୍ୟକ୍ତି, ଯୁବବର୍ଗଙ୍କୁ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ କରିବା ସହ ତାଙ୍କ ସହିତ ଆଲୋଚନା କରିବେ ।
ଦଳର ସାଙ୍ଗଠନିକ ମହାପର୍ବ 'ସଦସ୍ୟତା ଅଭିଯାନ-୨୦୨୪' ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି ା ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଯତୀନ ସୂଚନା ଦେଇଛନ୍ତି। ନଡ୍ଡା ଏଜି ଛକ ସ୍ଥିତ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଙ୍ଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବେ ା ମଧ୍ୟାହ୍ନରେ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ବୋଲି ଯତୀନ ସୂଚନା ଦେଇଛନ୍ତି।












Click it and Unblock the Notifications