Black Day Of India: ଦେଶ ହରାଇଥିଲା ୪୦ ବୀରପୁତ୍ର, ସହିଦ ବୀର ଯବାନଙ୍କୁ ମନେପକାଉଛି ସାରା ଦେଶ
ଫେବ୍ରୁଆରୀ ୧୪ ତାରିଖ, ଏହି ତାରିଖକୁ କିଏ ବା ଭୁଲିପାରିବ । ଆଜିର ଦିନ ଥିଲା ସାରା ଦେଶବାସୀଙ୍କ ପାଇଁ କଳା ଦିନ । ଠିକ୍ ଆଜିର ଦିନରେ ଜମ୍ମୁକାଶ୍ମୀର ଶ୍ରୀନରରେ ହୋଇଥିବା ଆତ୍ମଘାତି ବିସ୍ଫୋରଣ । ଆତଙ୍କବାଦୀଙ୍କ ଏହି ଆକ୍ରମଣରେ ଚାଲିଯାଇଥିଲା ୪୦ ବୀର ଯବାନଙ୍କ ଜୀବନ । ଆଉ ମାତ୍ର ୧୨ଦିନ ମଧ୍ୟରେ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଷଧ ନେଇଥିଲା ଭାରତୀୟ ସେନା ।
ଫେବୃଆରୀ ୧୪,୨୦୧୯ ସମୟ ଅପରାହ୍ନ ୩ଟା ୩୦ ପାଖାପାଖି । ନିଜ କର୍ମକ୍ଷେତ୍ରକୁ ଯବାନଙ୍କ ଯାତ୍ରା ଆରମ୍ଭ ହୋଇଥିଲା । CRPF ୧୮୦ ବାଟାଲିୟନର ୮୦୦ ଯବାନ ଶ୍ରୀନଗର କ୍ୟାମ୍ପକୁ ସ୍ଥାନନ୍ତର ହେଉଥିଲେ । ଆଗ ପଛ ହୋଇ ଗଡୁଥିଲା ଯବାନଙ୍କ ବସ । ୧୧ ଘଣ୍ଟାର ଯାତ୍ରା ପରେ ଯବାନଙ୍କ ଗାଡି ଜମ୍ମୁ କାଶ୍ମୀର ଟ୍ରାନ୍ଜିଟ କ୍ୟାମ୍ପରେ ପହଞ୍ଚିଥିଲା । ପୁଲୱାମା ମାଇଲଷ୍ଟୋନ ୨୭୨ ଅଞ୍ଚଳରେ ହଠାତ ଶେଷ ବସ୍ରେ ଏକ ଟାଟା ସୁମୋ ଗାଡି ଧକ୍କା ହୋଇଥିଲା ଆଉ ବିସ୍ଫୋରଣ ଘଟିଥିଲା ।
୩୦୦ କିଲୋଗ୍ରାମ ଆରଡିଏକ୍ସ ବୋଝେଇ କାର୍ ଯୋଗେ ଏହି ବିସ୍ଫୋରଣ ଘଟାଯାଇଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ୧୦ କିଲୋମିଟର ବ୍ୟାପୀ ଅଞ୍ଚଳ ଥରି ଉଠିଥିଲା । ରକ୍ତ ରଞ୍ଜିତ ହୋଇଥିଲା ରାଜରାସ୍ତା । ଏହି ଆତ୍ମଘାତୀ ବିସ୍ଫୋରଣରେ ଅଦିନରେ ୪୦ ବୀର ଯବାନ ବୀରଗତି ପ୍ରାପ୍ତ ହୋଇଥିଲେ । ଏହି ହମଲାରେ କିଏ ନିଜ ପୁଅକୁ ହରାଇଥିଲେ ତ ଆଉ କିଏ ନିଜ ସ୍ୱାମୀ ଓ ବାପାଙ୍କୁ। ଓଡ଼ିଶାର ମଧ୍ୟ ଦୁଇ ଜଣ ବୀରପୁତ୍ର ପୁଲୱାମା ହମଲାରେ ସହିଦ ହୋଇଥିଲେ। ସେମାନେ ହେଲେ ଜଗତସିଂହପୁର ନୂଆଗାଁର ପ୍ରସନ୍ନ କୁମାର ସାହୁ ଓ କଟକ ନିଆଳିରୁ ମନୋଜ କୁମାର ବେହେରା।

ପୁଲୱାମାରେ ଶହୀଦ ହୋଇଥିବା ୪୦ ଜଣ ଯବାନଙ୍କ ତ୍ୟାଗର ଉଚିତ ଜବାବ ଦେବା ପାଇଁ ଶତ୍ରୁ ପକ୍ଷ ବିରୋଧରେ ଏକ ବଡ଼ ଆକ୍ରମଣର ଯୋଜନା ରଚିଥିଲା ଭାରତ । ଭାରତୀୟ ସେନା ପୁଲୱାମା ଆକ୍ରମଣର ଠିକ୍ ୧୨ ଦିନ ପରେ ଆତଙ୍କୀଙ୍କ ଉପରେ ଆକ୍ରମଣ କରିଥିଲା ।ବାୟୁସେନା ଆକାଶ ମାର୍ଗରେ ପାକିସ୍ତାନ ଅଧିକୃତ କାଶ୍ମୀରରେ ପ୍ରବେଶ କରିଥିବା ବେଳେ ସିଆରପିଏଫ ଯବାନ ସ୍ଥଳ ମାର୍ଗରେ ଅତି ଚତୁରତାର ସହିତ ଶତ୍ରୁଘରକୁ ପ୍ରବେଶ କରିଥିଲେ ।
ଯୋଜନାବଦ୍ଧ ଭାବେ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳୀକୁ ଧ୍ବଂସ କରି ଦେଇ ଏହି ଦିନ ବିଜୟର ବାନା ଉଡାଇଥିଲେ । 2019, 26 ଫେବୃଆରୀ ତାରିଖରେ, ଭାରତୀୟ ବାୟୁସେନା 1971 ଇଣ୍ଡୋ-ପାକ୍ ଯୁଦ୍ଧ ପରଠାରୁ ପ୍ରଥମ ଥର ପାଇଁ LOC ଅତିକ୍ରମ କରିଥିଲା ଏବଂ ପାକିସ୍ତାନ ଅଧିକୃତ କାଶ୍ମୀର ଭିତରେ ବାଲାକୋଟରେ ଜୈଶ-ଇ-ମହମ୍ମଦ ତାଲିମ ଶିବିରରେ ଏକ ଶକ୍ତ ଧକ୍କା ଦେଇଥିଲା । ପୁଲୱାମାରେ CRPF ଯବାନଙ୍କ ଗାଡ଼ି ଉପରେ ଆତ୍ମଘାତୀ ବୋମା ଆକ୍ରମଣର ପ୍ରତିଶୋଧ ଭାବରେ ଏହି ସାହସିକତାପୂର୍ଣ୍ଣ ଏୟାର ଷ୍ଟ୍ରାଇକ୍ କରାଯାଇଥିଲା ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications