ତିନି ସପ୍ତାହ ହେଲାଣି ପାକ୍ ସେନା କବ୍‌ଜାରେ ବିଏସ୍‌ଏଫ୍ ଯବାନ

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ଦ୍ୱାରା ଆରମ୍ଭ ହୋଇଥିବା ଅପରେସନ ସିନ୍ଦୂର ପରେ, ଏବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରାମ ହୋଇଛି । ଅସ୍ତ୍ରବିରତି ପରେ ପରିସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେବାରେ ଲାଗିଛି । ଅନ୍ୟପକ୍ଷରେ ପାକିସ୍ତାନ ଅଟକ ରଖିଥିବା ସୀମା ସୁରକ୍ଷା ବଳ (BSF) ଯବାନ ପିକେ ସାହୁଙ୍କୁ ଏପର୍ଯ୍ୟନ୍ତ ଛାଡ଼ିନାହିଁ । ବିଏସଏଫ କନଷ୍ଟେବଳ ପିକେ ସାହୁ ୨୧ ଦିନ ଧରି ପାକିସ୍ତାନରେ ଅଟକ ଅଛନ୍ତି ।

୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଗୋଟିଏ ଦିନ ପରେ, ୨୩ ଏପ୍ରିଲରେ ବିଏସଏଫ ଯବାନ ପିକେ ସାହୁଙ୍କୁ ପାକିସ୍ତାନ ରେଞ୍ଜର୍ସ ଫିରୋଜପୁର ସୀମାରେ ଅଟକ ରଖିଛନ୍ତି । ଗତ ୨୧ ଦିନ ଭିତରେ ପିକେ ସାହୁଙ୍କୁ ଛଡ଼ିବା ପାଇଁ ବିଏସ୍‌ଏଫ୍‌ ଅଧିକାରୀମାନେ ଅନେକ ଥର ଫ୍ଲାଗ୍‌ ମିଟିଂ କରିଛନ୍ତି କିନ୍ତୁ ଏ ପର୍ଯ୍ୟନ୍ତ ପାକ୍‌ ତରଫରୁ କୌଣସି ଉତ୍ତର ଆସିନି ।

bsf jawan

ବିଏସ୍‌ଏଫ୍‌ ଅଧିକାରୀଙ୍କ ସୂଚନା ଅନୁସାରେ,ଯବାନ ପିକେ ସାହୁ ବର୍ଡର ପାଖାପାଖି ଏକ କ୍ଷେତରେ କୃଷକମାନଙ୍କ ସହ ଥିଲେ । ଗୋଟିଏ ଗଛ ତଳେ ବିଶ୍ରାମ କରିବାକୁ ଯାଇ ଅଜାଣତରେ ପାକିସ୍ତାନ ପଟକୁ ଚାଲିଯାଇଥିଲେ । ଏହାର ସୁଯୋଗ ନେଇ ପାକ୍‌ ଆର୍ମି ତାଙ୍କୁ ଉଠାଇ ନେଇ ଅଟକ ରଖିଛି । ଏବେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା କମିବା ପରେ ଆଶା କରାଯାଉଛି ଯେ ଉଭୟ ଦେଶର ସେନା ଅଧିକାରୀଙ୍କ ମଧ୍ୟରେ ପୁଣି ଥରେ ବୈଠକ ପରେ ଯବାନଙ୍କୁ ଅଣାଯାଇପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+