Budget 2025: ଜିଓ ସ୍ପେଶାଲ ମିଶନ ପ୍ରତିଷ୍ଠା; ବୈଷୟିକ ଶିକ୍ଷା କ୍ଷେତ୍ରରେ ୧୦ ହଜାର ଫେଲୋସିପ
ଜିଓ ସ୍ପେଶାଲ ମିଶନ ପ୍ରତିଷ୍ଠା କରାଯିବ । ପ୍ରଧାନମନ୍ତ୍ରୀ ଗତି ଶକ୍ତି ଯୋଜନା ଜରିଆରେ କରାଯିବ। ବୈଷୟିକ ଶିକ୍ଷା କ୍ଷେତ୍ରରେ ୧୦ ହଜାର ଫେଲୋସିପ ଦିଆଯିବ ।

ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନୁ୍ୟକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡୁ୍ୟଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉପôାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ । ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
ସେହିପରି ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ । ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି ।
ଅନ୍ୟପକ୍ଷରେ ଅର୍ଥମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ଏଣିକି ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ରହିବ । ସେହିଭଳି ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫୦୦ କୋଟିର ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି ।












Click it and Unblock the Notifications