ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ; ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ, ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ। ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ରାଷ୍ଟ୍ରପତି। ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି। '୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ବ କାର୍ଡରେ ସାମିଲ ।

ବନ୍ଦେ ଭାରତ ଓ ନମୋ ଭାରତ ଟ୍ରେନ୍ ଦୌଡୁଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। 'ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି' । ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ । ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ । ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି ।

ପିଏମ୍ ଗତି ଶକ୍ତି ଦ୍ବାରା ଦେଶରେ କନେକ୍ଟିଭିଟି ବଢ଼ିଛି । ଦେଶରେ ରେଲୱେ ନେଟୱର୍କ ଓ ବିମାନ ବନ୍ଦର ସଂଖ୍ୟା ବଢ଼ିଛି। କାଶ୍ମୀରରେ ସବୁଠୁ ଉଚ୍ଚ ରେଲୱେ ବ୍ରିଜ୍ ନିର୍ମାଣ ହୋଇଛି। ଦେଶରେ ମେଟ୍ରୋ ନେଟୱର୍କ ୧ ହଜାର କିମିରୁ ଊର୍ଦ୍ଧ୍ବ। ଦିଲ୍ଲୀରେ ମେଟ୍ରୋର ଦ୍ରୁତ ଗତିରେ ବିସ୍ତାର ହେଉଛି। ଶିଶୁ-ମାତୃ ମୃତ୍ୟୁ ହାରରେ ସୁଧାର ଆସିଛି। କ୍ୟାନସର ଔଷଧ ଉପରେ କଷ୍ଟମ ଡ୍ୟୁଟି ହଟାଯାଇଛି।

BUDGET 2025 President s Address

ମହିଳାଙ୍କୁ ସଶକ୍ତ କରିବାର ଆମ ସରକାରର ଲକ୍ଷ୍ୟ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ଆମ ସରକାରର ଲକ୍ଷ୍ୟ । 'ଏବେ ୧ କୋଟି ୩୦ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି। ଡ୍ରୋନ୍ ଦିଦି ଜରିଆରେ ମହିଳାଙ୍କୁ ସଶକ୍ତ କରାଯାଉଛି। ଅଲିମ୍ପିକ୍ସରେ ଦେଶର ଝିଅମାନେ ପଦକ ଜିତୁଛନ୍ତି । ଆଜିର ମହିଳା ଲଢ଼ୁଆ ବିମାନ ଉଡ଼ାଉଛନ୍ତି। 'AI ଓ ଡିଜିଟାଲ କ୍ଷେତ୍ରରେ ଭାରତ ଏବେ ପଥ ପ୍ରଦର୍ଶକ। 'କ୍ରୀଡ଼ା ପାଇଁ ବିଶ୍ବସ୍ତରୀୟ ବାତାବରଣ ସୃଷ୍ଟି କରାଯାଉଛି ।

୧୩ ଭାଷାରେ ଏବେ ପରୀକ୍ଷା ପରିଚାଳନା ହେଉଛି। ଦେଶରେ ଉଚ୍ଚ ଶିକ୍ଷାନୁଷ୍ଠାନ ସଂଖ୍ୟା ବଢ଼ିଛି। ଟେକ୍ନୋଲୋଜି କ୍ଷେତ୍ରରେ ଭାରତ ଏବେ ପ୍ରମୁଖ ଦେଶ। ଦେଶରେ ରେକର୍ଡ ସଂଖ୍ୟାରେ ଡିଜିଟାଲ ପେମେଣ୍ଟ ହୋଇଛି । ସାଇବର କ୍ରାଇମ୍ ସାମାଜିକ ସୁରକ୍ଷାରେ ବଡ଼ ଚ୍ୟାଲେଞ୍ଜ।
ଏହାର ମୁକାବିଲା ପାଇଁ ସରକାର ସବୁ ପଦକ୍ଷେପ ନେଉଛନ୍ତି । ୧୦ ବର୍ଷ ତଳେ ଭିତ୍ତିଭୂମି ୨ ଲକ୍ଷ କୋଟି ଥିଲା, ଏବେ ୧୧ ଲକ୍ଷ କୋଟି'
ସ୍ପେଶ୍ ଡକିଂରେ ଆମକୁ ସଫଳତା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+