Budget 2025:ଶିକ୍ଷା ଓ ଯୁବକମାନଙ୍କ ପାଇଁ କଣ ଅଛି ?
ସଂସଦରେ ୨୦୨୫-୨୬ କେନ୍ଦ୍ର ବଜେଟ୍ ଉପସ୍ଥାପନ ସମୟରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ନବସୃଜନ କ୍ଷେତ୍ରରେ ବିଭିନ୍ନ ବିକାଶମୂଳକ ପଦକ୍ଷେପ ପାଇଁ ପ୍ରସ୍ତାବ ଦେଇଥିଲେ।
ଉତ୍ସାହ ଏବଂ ନବସୃଜନର ଆବେଗକୁ ବୃଦ୍ଧି କରିବା ଏବଂ ଯୁବକମାନଙ୍କ ମଧ୍ୟରେ ବୈଜ୍ଞାନିକ ସ୍ୱଭାବ ବଢାଇବା ପାଇଁ ଆସନ୍ତା ୫ ବର୍ଷ ମଧ୍ୟରେ ସରକାରୀ ବିଦ୍ୟାଳୟରେ ପଚାଶ ହଜାର ଅଟଳ ଟିଙ୍କରିଂ ଲ୍ୟାବ ପ୍ରତିଷ୍ଠା କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ଭାରତ ନେଟ ପ୍ରକଳ୍ପ ଅଧୀନରେ ଗ୍ରାମାଞ୍ଚଳର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ଏବଂ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ବ୍ରଡବ୍ୟାଣ୍ଡ ସଂଯୋଗ ଯୋଗାଇବାକୁ କେନ୍ଦ୍ର ବଜେଟରେ ପ୍ରସ୍ତାବ ଦିଆଯାଇଛି।
ଉଚ୍ଚଶିକ୍ଷା ଉପରେ, କେନ୍ଦ୍ର ବଜେଟ୍ ୨୦୨୫-୨୬ରେ କୁହାଯାଇଛି ଯେ ଗତ ୧୦ ବର୍ଷ ମଧ୍ୟରେ ୨୩ଟି ଆଇଆଇଟିରେ ମୋଟ ଛାତ୍ର ସଂଖ୍ୟା ୬୫,୦୦୦ ରୁ ୧.୩୫ ଲକ୍ଷକୁ ବୃଦ୍ଧି ପାଇଛି। ୬୫୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଶିକ୍ଷାକୁ ସୁଗମ କରିବା ପାଇଁ ୨୦୧୪ ପରେ ଆରମ୍ଭ ହୋଇଥିବା ୫ ଆଇଆଇଟିରେ ଅତିରିକ୍ତ ଭିତ୍ତିଭୂମି ସୃଷ୍ଟି ହେବ । ଆଇଆଇଟି, ପାଟନାରେ ହଷ୍ଟେଲ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି କ୍ଷମତା ମଧ୍ୟ ବୃଦ୍ଧି କରାଯିବ ।

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ବିଷୟଗୁଡ଼ିକୁ ଭଲ ଭାବରେ ବୁଝିବାରେ ସାହାଯ୍ୟ କରିବା ଲକ୍ଷ୍ୟରେ, ବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ପାଇଁ ଡିଜିଟାଲ୍ ଫର୍ମରେ ଭାରତୀୟ ଭାଷା ପୁସ୍ତକ ଯୋଗାଇବା ସକାଶେ ଶ୍ରୀମତୀ ନିର୍ମଳା ସୀତାରମଣ ଭାରତୀୟ ଭାଷା ପୁସ୍ତକ ଯୋଜନା କାର୍ଯ୍ୟକାରୀ କରିବାକୁ ପ୍ରସ୍ତାବ ଦେଇଛନ୍ତି।
ମେକ୍ ଫର୍ ଇଣ୍ଡିଆ, ମେକ ଫର୍ ଓ୍ବାର୍ଲ୍ଡ ସାମଗ୍ରୀ ଉତ୍ପାଦନ ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ଆର୍ନ୍ତଜାତିକ ବିଶେଷଜ୍ଞ ଏବଂ ସହଭାଗୀତାରେ ପାଞ୍ଚଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ସହଭାଗୀତା ପାଠ୍ୟକ୍ରମ ଡିଜାଇନ୍, ପ୍ରଶିକ୍ଷକଙ୍କ ତାଲିମ, ଏକ ଦକ୍ଷତା ପ୍ରମାଣୀକରଣ ଢାଞ୍ଚା ଏବଂ ନିୟମିତ ସମୀକ୍ଷାକୁ ଅନ୍ତର୍ଭୁକ୍ତ କରିବ ।
ମୋଟ ୫୦୦ କୋଟି ଟଙ୍କା ବ୍ୟୟ ବରାଦରେ ଶିକ୍ଷା ପାଇଁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସରେ ଏକ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବାକୁ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଛି ।
ବଜେଟ୍ ଉପସ୍ଥାପନ କରିବାବେଳେ, ଶ୍ରୀମତୀ ନିର୍ମଳା ସୀତାରମଣ ଘରୋଇ କ୍ଷେତ୍ର ଦ୍ୱାରା ପରିଚାଳିତ ଗବେଷଣା, ବିକାଶ ଏବଂ ଅଭିନବ ପ୍ରୟୋଗ ପାଇଁ ୨୦,୦୦୦ କୋଟି ଟଙ୍କା ଆବଣ୍ଟନ କରିବାକୁ ଘୋଷଣା କରିଛନ୍ତି। ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ, ପିଏମ୍ ରିସର୍ଚ୍ଚ ଫେଲୋସିପ୍ ଯୋଜନା ଅଧୀନରେ, ଆଇଆଇଟି ଏବଂ ଆଇଆଇଏସସିରେ ବୈଷୟିକ ଅନୁସନ୍ଧାନ ପାଇଁ ଦଶ ହଜାର ଫେଲୋସିପ୍ ପ୍ରଦାନ କରିବାକୁ ମଧ୍ୟ ବଜେଟରେ ପ୍ରସ୍ତାବ ଅଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications