ହିମାଚଳ ପ୍ରଦେଶରେ ୨୦୦ ମିଟର ଗଭୀର ଖାଇକୁ ଖସିଲା ବସ୍ ୨ ମୃତ, ଅନେକ ଆହତ
ହିମାଚଳ ପ୍ରଦେଶ କୁଲ୍ଲୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ପ୍ରାଇଭେଟ ବସ୍ ଗଭୀର ଖାଇକୁ ଖସିଛି । ଦୁର୍ଘଟଣାରେ ୨ ମୃତ । ବସରେ ୨୦ରୁ ୨୫ ଜଣ ଯାତ୍ରୀ ରହିଥିବା ସୂଚନା ରହିଛି । ବସଟି କୁଲ୍ଲୁ ଆନିରୁ ଛତରିକୁ ଯାଉଥିଲା ।ଖବର ମୁତାବକ, କୁଲ୍ଲୁର ଆନିର ସ୍ବାଡନଗାନ ରାସ୍ତାରେ ଏକ ଘରୋଇ ବସ୍ ଖାଇକୁ ଖସିପଡିଛି । ବସରେ ୨୦ରୁ ୨୫ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ ବସଟି ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ସ୍ଥାନୀୟ ଲୋକ ରେସକ୍ୟୁ ଅଭିଯାନ ଚଲାଇଛନ୍ତି । ଏହାସହିତ ପୋଲିସ ପ୍ରଶାସନ ଘଟଣା ସ୍ଥଳରେ ପହଞ୍ଚିଛି ।

ବସଟି ୨୦୦ ମିଟର ଗଭୀର ଖାଇକୁ ଖସିଛି । ଆହତଙ୍କୁ ସ୍ଥାନୀୟ ଲୋକ ନିଜ ଗାଡିରେ ହସପିଟାଲରେ ଭର୍ତ୍ତି କରିଛନ୍ତି । ତେବେ ତୀକ୍ଷ୍ଣ ମୋଡ ଯୋଗୁଁ ବସଟି ଅନିୟନ୍ତ୍ରିତ ହୋଇ ଖାଇକୁ ଖସିଥିବା ଅନୁମାନ କରାଯାଉଛି । ବସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳିଛି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications