ଏସ୍‌ଇସିଏଲ ଏବଂ ଏମ୍‌ସିଏଲ ଦ୍ୱାରା ତାପଜ ବିଦ୍ୟୁତ ପ୍ଲାଣ୍ଟ ସ୍ଥାପନ ପାଇଁ ଇକ୍ୟୁଟି ନିବେଶକୁ ମଞ୍ଜୁର କଲା କ୍ୟାବିନେଟ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ଆଜି ଦୁଇଟି ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଇକ୍ୟୁଟି ନିବେଶ ପ୍ରସ୍ତାବକୁ ମଞ୍ଜୁର କରିଛି ।

ପ୍ରଥମ ପ୍ରକଳ୍ପ ଭାବେ ସାଉଥ୍‌ ଇଷ୍ଟର୍ଣ୍ଣ କୋଲ୍‌ଫିଲ୍ଡସ୍‌ ଲିମିଟେଡ୍‌ (ଏସଇସିଏଲ) ଏବଂ ଏମପିପିଜିସିଏଲର ଯୌଥ ଉଦ୍ୟୋଗ ଆକାରରେ ୧×୬୬୦ ମେଗାୱାଟ୍‌ ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ । ମହାନଦୀ ବେସିନ୍‌ ପାୱାର୍‌ ଲିମିଟେଡ୍‌ (ଏମବିପିଏଲ) ଜରିଆରେ ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମସିଏଲ) ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାରେ ୨x୮୦୦ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବାର ପ୍ରସ୍ତାବ ରହିଛି ।

narendra_modi

ଏସଇସିଏଲ, ଏମସିଏଲ ଏବଂ ସିଆଇଏଲ୍‌ ଦ୍ୱାରା ଇକ୍ୟୁଟି ନିବେଶ ପ୍ରସ୍ତାବକୁ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ନିମ୍ନ ମତେ ମଞ୍ଜୁର କରିଛି :

(କ). ମଧ୍ୟପ୍ରଦେଶ ଅନୁପ୍ପୁର ଜିଲ୍ଲା ଚାଚାଇ ଗ୍ରାମରେ ଅମରକଣ୍ଟକ ତାପଜ ବିଦ୍ୟୁତ କେନ୍ଦ୍ର ଠାରେ ଏସଇସିଏଲ ଏବଂ ଏମପିପିଜିସିଏଲର ଯୌଥ ଉଦ୍ୟୋଗ ଜରିଆରେ ପ୍ରସ୍ତାବିତ ୧×୬୬୦ ମେଗାୱାଟ୍‌ ସୁପର୍‌ କ୍ରିଟିକାଲ ତାପଜ ବିଦ୍ୟୁତ କେନ୍ଦ୍ର ସ୍ଥାପନ ପାଇଁ ଆନୁମାନିକ ୫,୬୦୦ କୋଟି ଟଙ୍କାର ପ୍ରକଳ୍ପ ପୁଞ୍ଜିବ୍ୟୟ (±୨୦%ର ଶୁଦ୍ଧତା) ସହିତ ୭୦:୩୦ ଋଣ-ଇକ୍ୟୁଟି ଅନୁପାତ ଏବଂ ୪୯% ଇକ୍ୟୁଟୀ ନିବେଶକୁ ବିଚାର କରି ଏସଇସିଏଲ୍‌ ଦ୍ୱାରା ଯୌଥ ଉଦ୍ୟୋଗ କମ୍ପାନୀରେ ୮୨୩ କୋଟି (± 20%) ଟଙ୍କାର ଇକ୍ୟୁଟି ପୁଞ୍ଜି ନିବେଶ।
(ଖ). ଏମବିପିଏଲ୍‌ ଜରିଆରେ ଆନୁମାନିକ ୧୫,୯୪୭ କୋଟି ଟଙ୍କା (±୨୦% ସଠିକତା)ର ପ୍ରକଳ୍ପ ପୁଞ୍ଜିବ୍ୟୟ ସହିତ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ପ୍ରସ୍ତାବିତ ୨×୮୦୦ ମେଗାୱାଟ୍‌ ସୁପର୍‌ କ୍ରିଟିକାଲ ତାପଜ ବିଦ୍ୟୁତ କେନ୍ଦ୍ର ପାଇଁ ଏମସିଏଲ ଦ୍ୱାରା ୪,୭୮୪ କୋଟି ଟଙ୍କା (±୨୦%)ର ଇକ୍ୟୁଟି ପୁଞ୍ଜିନିବେଶ।
(ଗ). ୨×୮୦୦ ମେଗାୱାଟ୍‌ ସୁପର-କ୍ରିଟିକାଲ୍‌ ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଏମସିଏଲର ଏସପିଭି ଏମବିପିଏଲକୁ ଅନୁମତି।
(ଘ). ଉପରୋକ୍ତ ପ୍ରକାରରେ ବିନ୍ଦୁ (କ) ଠାରେ ଏସଇସିଏଲ-ଏମପିପିଜିସିଏଲର ଯୌଥ ଉଦ୍ୟୋଗରେ ସିଆଇଏଲ୍‌ ଦ୍ୱାରା ନିଜ ମୋଟ୍‌ ମୂଲ୍ୟର ୩୦% ଠାରୁ ଅଧିକ ଇକ୍ୟୁଟି ନିବେଶ ଏବଂ ଉପରୋକ୍ତ ପ୍ରକାରରେ ବିନ୍ଦୁ (ଖ) ଭଳି ଏମସିଏଲ୍‌ର ଶତପ୍ରତିଶତ ମାଲିକାନାରେ ଥିବା ସହାୟକ କମ୍ପାନୀ ଏମବିପିଏଲ୍ ଦ୍ୱାରା ଇକ୍ୟୁଟି ନିବେଶ (୪,୭୮୪ କୋଟି ଟଙ୍କା ± 20%)।

ବିଶ୍ୱର ସର୍ବବୃହତ କୋଇଲା ଖଣି କମ୍ପାନି କୋଲ୍ ଇଣ୍ଡିଆ ଲିମିଟେଡ୍ (ସିଆଇଏଲ୍) ଦେଶକୁ ଶସ୍ତା ବିଜୁଳି ଯୋଗାଇବା ଉଦ୍ଦେଶ୍ୟରେ ଏହାର ସହାୟକ ସଂସ୍ଥା ଜରିଆରେ ଦୁଇଟି ପିଟ୍ ହେଡ୍ ତାପଜ ବିଦ୍ୟୁତ ପ୍ଲାଣ୍ଟ ସ୍ଥାପନ କରିବ -

(କ). ମଧ୍ୟପ୍ରଦେଶର ଅନୁପପୁର ଜିଲ୍ଲାର ଚଚାଇ ଗ୍ରାମର ଅମରକଣ୍ଟକ ତାପଜ ବିଦ୍ୟୁତ ଷ୍ଟେସନରେ ଏସଇସିଏଲ ଏବଂ ମଧ୍ୟପ୍ରଦେଶ ବିଦ୍ୟୁତ ଉତ୍ପାଦନ କମ୍ପାନୀ ଲିମିଟେଡ (ଏମପିପିଜିସିଏଲ) ମଧ୍ୟରେ ଜେଭି ମାଧ୍ୟମରେ ୧×୬୬୦ ମେଗାୱାଟ ସୁପରକ୍ରିଟିକାଲ କୋଇଲା ଭିତ୍ତିକ ତାପଜ ବିଦ୍ୟୁତ ପ୍ଲାଣ୍ଟ (ଟିପିପି);
(ଖ). ଏମସିଏଲ୍‌ର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ ସଂସ୍ଥା 'ମହାନଦୀ ବେସିନ୍ ପାୱାର ଲିମିଟେଡ୍' (ଏମ୍‌ବିପିଏଲ୍) ଜରିଆରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ୨×୮୦୦ ମେଗାଓ୍ଵାଟ୍ ସୁପରକ୍ରିଟିକାଲ ତାପଜ ବିଦ୍ୟୁତ ପ୍ଲାଣ୍ଟ ସ୍ଥାପନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+