ରେଳ କର୍ମଚାରୀଙ୍କ ପାଇଁ ୧୯୬୮.୮୭ କୋଟି ଟଙ୍କାର ଉତ୍ପାଦକତା ଭିତ୍ତିକ ବୋନସ (ପିଏଲବି)କୁ କ୍ୟାବିନେଟ ମଞ୍ଜୁରି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସମସ୍ତ ଯୋଗ୍ୟ ଅଣଗେଜେଟେଡ୍ ରେଳ କର୍ମଚାରୀ ଯଥା ଟ୍ରାକ୍ ରକ୍ଷଣାବେକ୍ଷଣକାରୀ, ଲୋକୋ ପାଇଲଟ, ଟ୍ରେନ୍ ମ୍ୟାନେଜର (ଗାର୍ଡ), ଷ୍ଟେସନ ମାଷ୍ଟର, ସୁପରଭାଇଜର, ଟେକ୍ନିସିଆନ, ଟେକ୍ନିସିଆନ ହେଲପର, ପଏଣ୍ଟମ୍ୟାନ, ମନ୍ତ୍ରୀସ୍ତରୀୟ କର୍ମଚାରୀ ଏବଂ ଅନ୍ୟାନ୍ୟ ଗ୍ରୁପ୍ ସି କର୍ମଚାରୀ (ଆରପିଏଫ/ଆରପିଏସଏଫ କର୍ମଚାରୀଙ୍କୁ ବାଦ୍‌ ଦେଇ)ଙ୍କ ପାଇଁ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ୭୮ ଦିନର ଦରମା ସହ ସମାନ ଉତ୍ପାଦକତା ଭିତ୍ତିକ ବୋନସ (ପିଏଲବି)କୁ ଅନୁମୋଦନ କରାଯାଇଛି ।

ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ କେନ୍ଦ୍ର ସରକାର ୧୧,୦୭,୩୪୬ ରେଳ କର୍ମଚାରୀଙ୍କୁ ୧୯୬୮ କୋଟି ୮୭ ଲକ୍ଷ ଟଙ୍କାର ପିଏଲବି ପ୍ରଦାନକୁ ମଞ୍ଜୁରି ଦେଇଛନ୍ତି । ୨୦୨୨-୨୦୨୩ ବର୍ଷରେ ରେଳବାଇର ପ୍ରଦର୍ଶନ ବହୁତ ଭଲ ରହିଥିଲା। ରେଳବାଇ ୧୫୦୯ ନିୟୁତ ଟନର ରେକର୍ଡ ମାଲ୍‌ ପରିବହନ କରିଛି ଏବଂ ପ୍ରାୟ ୬୫୦ କୋଟି ଯାତ୍ରୀ ପରିବହନ କରିଛି ।

ଏହି ରେକର୍ଡ ପ୍ରଦର୍ଶନ ପଛରେ ଅନେକ କାରଣ ରହିଛି । ସେଗୁଡ଼ିକ ମଧ୍ୟରେ ରେଳବାଇରେ ସରକାରଙ୍କ ରେକର୍ଡ ପୁଞ୍ଜି ବ୍ୟୟ ଯୋଗୁଁ ଭିତ୍ତିଭୂମିରେ ଉନ୍ନତି, ପରିଚାଳନାଗତ ଦକ୍ଷତା ଏବଂ ଉନ୍ନତ ଜ୍ଞାନକୌଶଳ ଇତ୍ୟାଦି ଅନ୍ତର୍ଭୁକ୍ତ ।

cabinet_meeting

ପିଏଲବି ପ୍ରଦାନ ଦ୍ୱାରା ରେଳ କର୍ମଚାରୀମାନଙ୍କୁ ସେମାନଙ୍କ ପ୍ରଦର୍ଶନରେ ଅଧିକ ଉନ୍ନତି ଆଣିବା ଦିଗରେ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ବାଧ୍ୟତାମୂଳକ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।

କୃଷକମାନଙ୍କୁ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ ମୂଲ୍ୟ ପ୍ରଦାନ ସୁନିଶ୍ଚିତ କରିବା ପାଇଁ ସରକାର ବିପଣନ ଋତୁ ୨୦୨୪-୨୫ ଲାଗି ରବି ଫସଲର ଏମଏସପି ବୃଦ୍ଧି କରିଛନ୍ତି। ଡାଲି (ମସୁର) ପାଇଁ କୁଇଣ୍ଟାଲ ପିଛା ୪୨୫ ଟଙ୍କା ଏବଂ ରେପସିଡ ଓ ସୋରିଷ ପାଇଁ କ୍ୱିଣ୍ଟାଲ ପିଛା ୨୦୦ ଟଙ୍କା ଏମଏସପି ବୃଦ୍ଧିକୁ ଅନୁମୋଦନ କରାଯାଇଛି । ଗହମ ଓ କୁସୁମ ପାଇଁ କ୍ୱିଣ୍ଟାଲ ପିଛା ୧୫୦ ଟଙ୍କା ଲେଖାଏଁ ବୃଦ୍ଧିକୁ ଅନୁମୋଦନ ମିଳିଛି। ବାର୍ଲି ଓ ଚଣାର ଏମଏସପି କ୍ୱିଣ୍ଟାଲ ପିଛା ଯଥାକ୍ରମେ ୧୧୫ ଟଙ୍କା ଓ ୧୦୫ ଟଙ୍କା ବୃଦ୍ଧି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+