ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର, ଶେଷଦିନରେ କମ୍ପିବ ମଇଦାନ

ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ ।

Delhi Assembly Election 2025

ସକାଳୁ ସନ୍ଧ୍ୟା ଯାଏଁ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଜନତାଙ୍କ ମନ ଜିଣିବାକୁ ବିଜେପି, କଂଗ୍ରେସ, ଆମ ଆଦାମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ ।

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ ।

୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।

ଏହାଛଡ଼ା ମତଦାନରେ ଯୁବ ଭୋଟରଙ୍କ ସହଭାଗିତା ବଢାଇବା ପାଇଁ ୭୦ଟି ସ୍ୱତନ୍ତ୍ର ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ନିର୍ବାଚନ ପ୍ରକ୍ରିୟା ସୁଚାରୁ ରୁପେ ସଂପନ୍ନ କରାଇବା ପାଇଁ ୧ ଲକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ ହେବେ । ସେହିପରି ଆଇନଶୃଙ୍ଖଳା ସମ୍ଭାଳିବାକୁ ନିୟୋଜିତ ହେବେ ୩୫ ହଜାର ଯବାନ, ୧୯ ହଜାର ହୋମଗାର୍ଡ ଓ ୨୨୦ କେନ୍ଦ୍ରୀୟ ସୁରକ୍ଷା ବଳ କମ୍ପାନୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+