'ଲକ୍ଷ୍ମୀ'ବସରେ ଆରମ୍ଭ ହେଲା କ୍ୟାସଲେସ୍ ପେମେଣ୍ଟ, 'ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ

ଭୁବନେଶ୍ୱର: ଲକ୍ଷ୍ମୀ" ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ 'ୟୁପିଆଇ କ୍ୟୁଆର କୋଡ'ର ଶୁଭାରମ୍ଭ କରାଯାଇଛି । ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର କୋଡ ସ୍କାନ କରି ଟଙ୍କା ଦେଇପାରିବେ ।

ଏହି ବ୍ୟବସ୍ଥାର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଓଏସ୍ଆରଟିସିର ଏହି ପଦକ୍ଷେପକୁ ପ୍ରଶଂସା କରିବା ସହ ଓଡ଼ିଶା ସରକାରଙ୍କ '୫-ଟି' ଉପକ୍ରମ ଆଧାରରେ ବିକଶିତ ଏହି କ୍ୟୁଆର କୋଡର ବ୍ୟବହାର ଯାତ୍ରୀମାନଙ୍କ ଯାତାୟତକୁ ସୁଗମ କରିବ ବୋଲି ପ୍ରକାଶ କରିଥିଲେ । ଏଥିରେ ଡିଜିଟାଲ ପେମେଣ୍ଟକୁ ଗୁରୁତ୍ୱ ଦିଆଯାଇଥିବା ସଂପର୍କରେ ଆଲୋକପାତ କରି ସେ 'ଲକ୍ଷ୍ମୀ ବସ'ରେ କ୍ୟୁଆର କୋଡର ସୁବିଧା କିପରି ଯାତ୍ରୀ ପରିବହନରେ ବୈପ୍ଳବିକ ପରିବର୍ତ୍ତନ ଆଣିବ, ସେ ସଂପର୍କରେ ଆଲୋଚନା କରିଥିଲେ ।

Lakshmi Bus

ଓଏସଆରଟିସିରମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦିପ୍ତେଶ ପଟ୍ଟନାୟକ କହିଛନ୍ତି, "ଏହି ବୈଷୟିକ ପ୍ରଗତିକୁ ନେଇ ଆମେ ଅତ୍ୟନ୍ତ ଗର୍ବ ଅନୁଭବ କରୁଛୁ । 'ଲକ୍ଷ୍ମୀ କ୍ୟୁଆର କୋଡ'ର ଶୁଭାରମ୍ଭ ସାର୍ବଜନୀନ ପରିବହନ ସେବା ପ୍ରତି ଆମର ପ୍ରତିବଦ୍ଧତାକୁ ସୂଚାଉଛି" । ଜନସାଧାରଣଙ୍କୁ ସହଜ ଯାତ୍ରା ଅନୁଭୂତି ପାଇଁ ଡିଜିଟାଲ୍ ସମାଧାନ ପଦ୍ଧତି ଗ୍ରହଣ ସହ ଏହା ଓଡ଼ିଶା ସରକାରଙ୍କ ୫- ଟି ରୂପାନ୍ତରଣ ଉପକ୍ରମ ସହିତ ସମ୍ପୂର୍ଣ୍ଣ ଭାବେ ଯୋଡିହୋଇଛି ବୋଲି ସେ ପ୍ରକାଶ କରିଥିଲେ ।

ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର ଏହି ଅଭିନବ ପ୍ରୟାସ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, " ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏବଂ ଏଚଡିଏଫସି ମଧ୍ୟରେ ଭାଗିଦାରିତା ଏହି ପେମେଣ୍ଟ ପଦ୍ଧତିକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଲକ୍ଷ୍ମୀ କ୍ୟୁଆର କୋଡ୍ ସାହାଯ୍ୟରେ ଲୋକମାନଙ୍କ ପାଇଁ ପେମେଣ୍ଟ ପ୍ରକ୍ରିୟାକୁ ସହଜ କରାଯାଇଛି ଏବଂ ଏହାଦ୍ୱାରା ଯାତାୟତ ଆହୁରି ସରଳ ହେବ।"

ପ୍ରକାଶ ଥାଉକି, ସହଜ ବ୍ୟବହାର ଯୋଗ୍ୟ(ୟୁଜର ଫ୍ରେଣ୍ଡଲି) 'ଲକ୍ଷ୍ମୀ' କ୍ୟୁଆର୍ କୋଡ୍ ଉପଭୋକ୍ତାମାନଙ୍କ ପାଇଁ ଏକ ସୁରକ୍ଷିତ ଏବଂ ଦକ୍ଷ ଦେୟ ବିକଳ୍ପ ହୋଇଥିବା ବେଳେ ଏବା କାରବାର ସମୟ ହ୍ରାସ କରେ ଏବଂ ଯାତ୍ରୀଙ୍କ ନିରାପତ୍ତା ବୃଦ୍ଧି କରେ । କାର୍ଯ୍ୟକ୍ରମ ପରିଶେଷରେ ଓଏସ୍ଆରଟିସିର ସାଧାରଣ ସମ୍ପାକକ ଶ୍ରୀ ବିସିକେଷନ ଦେହୁରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+