Get Updates
Get notified of breaking news, exclusive insights, and must-see stories!

ସିବିଏସ୍ଇ ଯୁକ୍ତଦୁଇ ପରୀକ୍ଷା ବାତିଲ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା ବୈଠକରେ ହେଲା ନିଷ୍ପତ୍ତି

ବାତିଲ ହେଲା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । ଦେଶରେ ବଢ଼ୁଥିବା କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ ଘୋଷଣା କରାଯାଇଛି ।

ନୂଆଦିଲ୍ଲୀ : ବାତିଲ ହେଲା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । ଦେଶରେ ବଢ଼ୁଥିବା କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ ଘୋଷଣା କରାଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଅନୁଷ୍ଠିତ ହେବା ପରେ ଏପରି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ସିବିଏସ୍‌ଇ ଅଧ୍ୟକ୍ଷଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ପ୍ରକାଶ ଜାଭଡ଼େକର ମଧ୍ୟ ସାମିଲ୍‌ ଥିଲେ ।

CBSE

ବର୍ତ୍ତମାନ ସ୍ଥିତିରେ ପରୀକ୍ଷା ସମ୍ଭବ କି ନୁହେଁ ତାହା ଆଜିର ବୈଠକରେ ସମୀକ୍ଷା କରାଯାଇଥିଲା । ଏହି ବୈଠକରେ ବରିଷ୍ଠ ମନ୍ତ୍ରୀ ଓ ସଚିବମାନେ ଯୋଗ ଦେଇ ମତାମତ ରଖିଥିଲେ । ସମୀକ୍ଷା ବୈଠକ ପରେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସ୍ବାସ୍ଥ୍ୟ ସହିତ କୌଣସି ବୁଝାମଣା ହେବ ନାହିଁ । ସ୍ବାସ୍ଥ୍ୟକୁ ସବୁବେଳେ ଗୁରୁତ୍ବ ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ବାସ୍ଥ୍ୟ ଗୁରୁତ୍ବପୂର୍ଣ୍ଣ । ସେମାନଙ୍କୁ ଅନ୍‌ଲାଇନ କିମ୍ବା ଅଫଲାଇନରେ ପରୀକ୍ଷା କରାଇବା ସମ୍ଭବ ନୁହେଁ । କରୋନା ମହାମାରୀ ପରି ଏକ ଚାପଯ଼ୁକ୍ତ ପରିବେଶରେ ପରୀକ୍ଷା ଦେବାକୁ ପିଲାମାନଙ୍କୁ ବାଧ୍ୟ କରାଯ଼ିବା ଉଚିତ ନୁହେଁ ।

ସିବିଏସଇ ପକ୍ଷରୁ କୁହାଯାଇଛି ଯେ ଏଥର ଦ୍ବାଦଶ ଶ୍ରେଣୀ ପରୀକ୍ଷା ହେବ ନାହିଁ । ସରକାରଙ୍କ ନିର୍ଦିଷ୍ଟ ମାର୍ଗଦର୍ଶିକା ଅନୁଯାୟୀ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରାଯିବ । ଯେଉଁମାନେ ପରୀକ୍ଷା ମୂଲ୍ୟାଙ୍କନକୁ ନେଇ ସନ୍ତୋଷ ପ୍ରକାଶ କରିବେ ନାହିଁ ସେମାନେ ଏହି ପରୀକ୍ଷା ପୁଣି ଥରେ ଦେଇପାରିବେ । ତେବେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବା ପାଇଁ ବାଧ୍ୟ କରାଯିବ ନାହିଁ । ଦ୍ବାଦଶ ଶ୍ରେଣୀ ପରୀକ୍ଷାର ମୂଲ୍ୟାୟନ କିଭଳି କରାଯିବ ସେଥିପାଇଁ ସିବିଏସଇ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରାଯିବ ।

ଆଜିର ସମୀକ୍ଷା ବୈଠକରେ ଗୃହ, ପ୍ରତିରକ୍ଷା, ଅର୍ଥ, ସୂଚନା ଓ ପ୍ରସାରଣ, ପେଟ୍ରୋଲିୟମ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯ଼ୋଗ ଦେଇଥିଲେ । ସେହିପରି କ୍ୟାବିନେଟ ସଚିବ, ସ୍କୁଲ ଶିକ୍ଷା ଓ ଉଚ୍ଚ ଶିକ୍ଷା ବିଭାଗର ସଚିବମାନେ ମଧ୍ୟ ଯୋଗ ଦେଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+