ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ମାଇଲ୍‌ ଖୁଣ୍ଟ ସୃଷ୍ଟି ହେବ।

ପୁରୀ ବିମାନବନ୍ଦର ପ୍ରକଳ୍ପ ଦୀର୍ଘ ଦିନରୁ ଚର୍ଚ୍ଚାରେ ରହିଆସୁଥିଲା। ପୂର୍ବତନ ବିଜେଡି ସରକାର ଏହି ପ୍ରକଳ୍ପ ପାଇଁ ଆନ୍ତରିକତା ଦେଖାଇ ନ ଥିବା ଅଭିଯୋଗ କରି ପୁରୀ ସାଂସଦ ସମ୍ବିତ ପାତ୍ର ଲୋକସଭାରେ ପ୍ରଶ୍ନ ଉଠାଇଥିଲେ। ଏହାର ଉତ୍ତରରେ ବେସାମରିକ ବିମାନଚଳାଚଳ ମନ୍ତ୍ରୀ କିଞ୍ଜରାପୁ ରାମମୋହନ ନାଇଡୁ ସ୍ପଷ୍ଟ କରିଥିଲେ ଯେ ପ୍ରକଳ୍ପର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଆବଶ୍ୟକ।

ଏହି ବିମାନବନ୍ଦର ନିର୍ମାଣ ହେଲେ ପୁରୀରେ ପର୍ଯ୍ୟଟନ ଓ ଅର୍ଥନୀତିକୁ ନୂଆ ଗତି ମିଳିବ ବୋଲି ଆଶା କରାଯାଉଛି।ଶ୍ରୀଜଗନ୍ନାଥ ମନ୍ଦିର ଓ ସମୁଦ୍ର ତଟରେ ବିଶ୍ୱବ୍ୟାପୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ ଏବଂ ସ୍ଥାନୀୟ ଜନସାଧାରଣଙ୍କ ପାଇଁ ନିଯୁକ୍ତିର ନୂଆ ସୁଯୋଗ ସୃଷ୍ଟି ହେବ।

Central government approves airport in Puri
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+