IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ କେନ୍ଦ୍ର ସରକାର
IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ୨ ବର୍ଷ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ କରିଛି। ଆସନ୍ତା ୩୧ରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା ।

ଭାରତୀୟ ପାଣିପାଗ ବିଭାଗରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କର ରହିଛି ବେଶ୍ ଉଲ୍ଲେଖନୀୟ ଅବଦାନ। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଭାରତୀୟ ପାଣିପାଗ ବିଭାଗର ଏଡିଜି ସହ ସାଇକ୍ଲୋନ୍ ଓ୍ୱାର୍ଣ୍ଣିଂ ବିଭାଗର ମୁଖ୍ୟ ଥିଲେ। ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ଫାଇଲିନ୍, ହୁଡହୁଡ୍, ତିତଲି ଓ ଫନି ଭଳି ବାତ୍ୟାର ଲ୍ୟାଣ୍ଡଫଲ ଓ ବେଗ ସମ୍ପର୍କରେ ସଠିକ୍ ଆକଳନ କରି ଚର୍ଚ୍ଚାରେ ଥିଲେ। ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱରରେ ଜନ୍ମିତ ମୃତ୍ୟୁଞ୍ଜୟ ମହାପାତ୍ର ଆଇଆଇଟି ଦିଲ୍ଲୀର ଛାତ୍ର।












Click it and Unblock the Notifications