ବଢିଲା ଧାନ ସମେତ 17ଟି ଫସଲର ସର୍ବନିମ୍ନ ସହାୟର ମୂଲ୍ୟ
ଧାନ ସମେତ 17ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏ ସଂପର୍କିତ ପ୍ରସ୍ତାବକୁ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ମଂଜୁରୀ ଦିଆଯାଇଛି ।
ନୂଆଦିଲ୍ଲୀ : ଚାଷୀମାନଙ୍କ ପାଇଁ ବଡ଼ ଖବର । ଧାନ ସମେତ 17ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏ ସଂପର୍କିତ ପ୍ରସ୍ତାବକୁ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ ଦିଆଯାଇଛି ।

କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ 2022-23 ଖରିଫ ଋତୁ ପାଇଁ ସରକାର 17 ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ଏମଏସପି ବୃଦ୍ଧି ଫଳରେ କୃଷକଙ୍କ ଆୟ ବୃଦ୍ଧି ପାଇବ । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା 100 ଟଙ୍କା ବୃଦ୍ଧି ହେବା ପରେ 2040 ଟଙ୍କାରେ ପହଞ୍ଚିଛି । ସେହିପରି ଏ-ଗ୍ରେଡ ଧାନର ଏମଏସପି 2060 ଟଙ୍କାକୁ ବୃଦ୍ଧି ପାଇଛି । ଏଥିସହିତ କୃଷି ବଜେଟ ବୃଦ୍ଧି ପାଇ 1 ଲକ୍ଷ 26 ହଜାର କୋଟିରେ ପହଞ୍ଚି ଯାଇଛି ।
ଚଳିତ ବର୍ଷ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାଯୋଗୁଁ ଧାନ ଉତ୍ପାଦନ ବୃଦ୍ଧି ପାଇବା ଆଶା କରାଯାଉଛି । ମାତ୍ର ଅନ୍ତର୍ଜାତୀୟ ବଜାରରେ ରାସାୟନିକ ସାର ପାଇଁ ଉଦ୍ଦିଷ୍ଟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ସାର ମହଙ୍ଗା ହୋଇଛି । ଏହା ଯୋଗୁଁ ଚାଷୀଙ୍କ ଖର୍ଚ୍ଚ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଧାନର ଏମଏସପି ବୃଦ୍ଧି କରାଯାଇଥିବା କୁହାଯାଇଛି ।
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ....












Click it and Unblock the Notifications