Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାରେ 19ଟି ପିଏଏସ୍ ଅକ୍ସିଜେନ୍ ପ୍ଲାଣ୍ଟ ବ୍ୟବସ୍ଥା ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଓଡ଼ିଶାର 15 ଟି ଜିଲ୍ଲାରେ ଅତିରିକ୍ତ 19ଟି ପିଏସଏ ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଚିଠିରେ ଉଲ୍ଲେଖ କରିଛନ୍ତି ।

ଭୁବନେଶ୍ବର : କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର 15 ଟି ଜିଲ୍ଲାରେ ଅତିରିକ୍ତ 19ଟି ପିଏସଏ ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଚିଠିରେ ଉଲ୍ଲେଖ କରିଛନ୍ତି । ବାଲେଶ୍ବର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରେ 2ଟି ଲେଖାଁଏ ଏବଂ କଟକ, ଦେବଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଲେଖାଁଏ ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

dharmendrapradhan

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠିରେ ଆହୁରି ଉଲ୍ଲେଖ କରିଛନ୍ତି, ଗତ ମାସରେ ଜନସ୍ଵାସ୍ଥ୍ୟ ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତ ବର୍ଷରେ PM CARES ପାଣ୍ଠିରୁ 551 ଟି ସମର୍ପିତ ପିଏସଏ ମେଡିକାଲ ଅକ୍ସିଜେନ ପ୍ରତିଷ୍ଠା ପାଇଁ ଜରୁରୀକାଳୀନ ମଞ୍ଜୁରୀ ଦେଇଥିଲେ । ପୂର୍ବରୁ ମଧ୍ୟ ଅତିରିକ୍ତ 162 ପିଏସଏ ପ୍ଲାଣ୍ଟ ସ୍ଥାପନା ପାଇଁ ଆବଣ୍ଟନ କରିଥିଲେ । ଏହା ମଧ୍ୟରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ 21ଟି ପିଏସଏ ପ୍ଲାଣ୍ଟ ସ୍ଥାପନା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏଥିରୁ DRDO ଦ୍ବାରା 7ଟି, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରଣାଳୟ ଦ୍ବାରା 7ଟି ଏବଂ ପିଏମ କେୟାର୍ସ ଫଣ୍ଡରୁ 7ଟି ପିଏସଏ ପ୍ଲାଣ୍ଟ ପ୍ରତିଷ୍ଠା ହେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+