ଗ୍ରୀଷ୍ମ ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ କେନ୍ଦ୍ର ଶସିତ ଅଞ୍ଚଳ ଗୁଡ଼ିକ ପାଇଁ ମାର୍ଗଦର୍ଶିକା ଜାର

ସାମ୍ପ୍ରତିକ ଗ୍ରୀଷ୍ମ ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ପାଇଁ କେନ୍ଦ୍ର ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି । ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡକ୍ଟର ମନ୍‍ସୁଖ ମାଣ୍ଡବ୍ୟ ନୂଆଦିଲ୍ଲୀ ଠାରେ ଗଣମାଧ୍ୟମକୁ ସମ୍ବୋଧନ କରି କହିଛନ୍ତି, ଏ ନେଇ ମନ୍ତ୍ରଣାଳୟ ପକ୍ଷରୁ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖା ଯାଇଛି ।

ଶ୍ରମିକ ଗୋଷ୍ଠୀଙ୍କୁ ଗ୍ରୀଷ୍ମର ପ୍ରକୋପରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । କାର୍ଯ୍ୟ କ୍ଷେତ୍ରରେ ଗ୍ରୀଷ୍ମ ପ୍ରବାହ ପ୍ରସମନ ବ୍ୟବସ୍ଥା କରିବାକୁ ନିଯୁକ୍ତିଦାତା, ଶିଳ୍ପ ସଂସ୍ଥା ଏବଂ ନିର୍ମାଣ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରିବାକୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକୁ ପରାମର୍ଶ ଦିଆଯାଇଛି ବୋଲି ମନ୍ତ୍ରୀ ଡକ୍ଟର ମାଣ୍ଡବ୍ୟ କହିଛନ୍ତି ।

summer

କାର୍ଯ୍ୟ କ୍ଷେତ୍ରରେ ପର୍ଯ୍ୟାପ୍ତ ପାନୀୟଜଳ ଉପଲବ୍ଧତା ଏବଂ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଇ.ଏସ୍‍.ଆଇ.ସି. ଅଧୀନରେ ଥିବା ଡାକ୍ତରଖାନାଗୁଡ଼ିକରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡକ୍ଟର ମାଣ୍ଡବ୍ୟ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+