ଆଜି ଲୋକସଭାରେ ଆଗତ ହେବ ଏକକ ନିର୍ବାଚନ ବିଲ୍ : ମଧ୍ୟାହ୍ନ ୧୨ଟା ସମୟରେ ହେବ ଆଗତ
ଦୀର୍ଘ ସମୟ ପ୍ରତିକ୍ଷା ପରେ ଆଜି ଲୋକସଭାରେ ଆଗତ ହେବ ୱାନ ନେସନ ୱାନ ଇଲେକ୍ସନ ବିଲ୍ । ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ଏହି ବିଲ୍ ଉପସ୍ଥାପନ କରିବେ । ବିଜେପି ମଧ୍ୟ ତା'ର ସାଂସଦମାନଙ୍କ ପାଇଁ ହ୍ଵିପ ଜାରି କରିଛି । ସେପଟେ ସରକାରଙ୍କ ଏହି ବିଲକୁ ଏନଡିଏ ସମର୍ଥନ କରିଥିବା ବେଳେ ଏହାକୁ ବିରୋଧ କରିବାକୁ ବିରୋଧିମାନେ ରଣନୀତି ପ୍ରସ୍ତୁତ କରିଛନ୍ତି ।
କିଛି ଦିନ ତଳେ ୱାନ୍ ନେସନ, ୱାନ୍ ଇଲେକ୍ସନ ବିଲ୍କୁ ମଞ୍ଜୁରୀ ପ୍ରଦାନ କରିଛି କେନ୍ଦ୍ର କ୍ୟାବିନେଟ । ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ସାମିଲ କରିଥିଲା ।
ୱାନ୍ ନେସନ୍, ୱାନ୍ ଇଲେକସନକୁ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। କମିଟିର ରିପୋର୍ଟକୁ କ୍ୟାବିନେଟ୍ ମଂଜୁରୀ ମଧ୍ୟ ମିଳିଛି ।

ତେବେ ଏକକ ନିର୍ବାତନ ଢାଞ୍ଝା କାର୍ଯ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ ରହିଛି । କେନ୍ଦ୍ର ସରକାରଙ୍କ ନେତୃତ୍ବାଧୀନ କେନ୍ଦ୍ର କ୍ୟାବିନେଟ୍ ଗତ ସପ୍ତାହରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ କରିବାକୁ ନିଷ୍ପତ୍ତି ନେଇଥିଲେ ହେଁ ସ୍ଥାନୀୟ ନିର୍ବାଚନ କିପରି ହେବ ସେ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ ।
ସମ୍ପ୍ରତି ଦେଶରେ ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଏହି ବିଲ୍ ପାରିତ ହେଲେ ଗୋଟିଏ ସମୟରେ ନିର୍ବାଚନ ହେବ । ତେବେ କେନ୍ଦ୍ର ସରକାରଙ୍କ ଏ ନିଷ୍ପତିକୁ ବିରୋଧୀ ଦଳଭାବେ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟୀ ବିରୋଧ କରି ଆସୁଛନ୍ତି । ଏହା ଦ୍ୱାରା କେନ୍ଦ୍ରରେ ଥିବା ସରକାରୀ ଦଳକୁ ଫାଇଦା ହେବ । କିନ୍ତୁ ଏନଡିଏ ସମର୍ଥିତ ଦଳଗୁଡ଼ିକ 'ୱାନ ନେସନ୍-ୱାନ୍ ଇଲେକ୍ସନ୍' ପୂର୍ଣ୍ଣ ସହମତ ଦେଉଛନ୍ତି ।
ଦୀର୍ଘ ସମୟ ପ୍ରତିକ୍ଷା ପରେ ଆଜି ଲୋକସଭାରେ ଆଗତ ହେବ ୱାନ ନେସନ ୱାନ ଇଲେକ୍ସନ ବିଲ୍ । ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ଏହି ବିଲ୍ ଉପସ୍ଥାପନ କରିବେ ।












Click it and Unblock the Notifications