Get Updates
Get notified of breaking news, exclusive insights, and must-see stories!

ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଓ ଏମଏସ୍ ସ୍ୱାମୀନାଥନଙ୍କୁ ଭାରତ ରତ୍ନ

Bharat Ratna: ଚୌଧୁରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ସେୟାର କରି ଏହା ସ୍ପଷ୍ଟ କରିଛନ୍ତି ।

ଏହା ପୂର୍ବରୁ ବିଜେପିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଥିଲା। ସେହିପରି ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁରଙ୍କୁ ମଧ୍ୟ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରାଯାଇଥିଲା ।

Bharat Ratna

ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ଚୌଧୁରୀ ଚରଣ ସିଂଙ୍କୁ କୃଷକଙ୍କ କଲ୍ୟାଣ ପ୍ରତି ଅଦମ୍ୟ ଉତ୍ସର୍ଗୀକୃତ ହୋଇଥିବାରୁ ତାଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଇଛି । ସେହିପରି ପି.ଭି ନରସିଂହା ରାଓଙ୍କୁ ଭାରତ ରତ୍ନରେ ସମ୍ମାନୀତ କରାଯିବ । ନରସିଂହାଙ୍କୁ ନେଇ ସେ କହିଛନ୍ତି, 'ଜଣେ ପ୍ରତିଷ୍ଠିତ ବିଦ୍ବାନ ଏବଂ ରାଜନେତା ଭାବେ ନରସିଂହ ରାଓ ବିଭିନ୍ନ ପଦରେ ରହି ଭାରତର ସେବା କରିଛନ୍ତି । ତାଙ୍କ ଦୂରଦର୍ଶୀ ନେତୃତ୍ବ ଭାରତକୁ ଆର୍ଥିକ ରୂପରେ ଉନ୍ନତ କରିବା ସହ ବିକାଶ ପାଇଁ ମୂଳଦୁଆ ପକାଇଥିଲା । ତଥା ଦେଶର ସମୃଦ୍ଧତା ଓ ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।'

କୃଷି ଓ କୃଷକଙ୍କ କଲ୍ୟାଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାର ଡ. ଏମଏସ ସ୍ୱାମୀନାଥନଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ ଯାଉଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+