ଗାନ୍ଧୀମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରଥମ ସମ୍ବୋଧନ , କହିଲେ ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି ମୋହନ ମାଝି । ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି । ସମାରୋହରେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭାରତର ସ୍ୱାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା ବୋଲି ସେ କହିଛନ୍ତି। ଓଡ଼ିଶାବାସୀ ଖୁବ୍ ସ୍ୱାଭିମାନୀ। ଏହାର ଇତିହାସ ସାକ୍ଷୀ। ଆମ ସରକାର ଓଡ଼ିଆ ଅସ୍ମିତା ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ।

ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାବାସୀ ସ୍ୱାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ। ଭାରତର ସ୍ୱାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ।
ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ।












Click it and Unblock the Notifications