ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଅଡିଟୋରିୟମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ହଜାର ଆସନ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ଅଡିଟୋରିୟମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ବହୁ ଦିନର ସ୍ୱପ୍ନ ପୂରଣ ହୋଇଛି । ମହିଳା ବିଶ୍ୱ ବିଦ୍ୟାଳୟକୁ ମିଳିଛି ନିଜର ଅଡ଼ିଟୋରିଅମ୍ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ହଜାର ଆସନ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ଅଡିଟୋରିୟମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହା ଦ୍ୱାରା ଶିକ୍ଷାକ୍ଷେତ୍ରରେ ଅଧିକ ବିକାଶ ହୋଇପାରିବ । ଏହି ଅତ୍ୟାଧୁନିକ ଅଡିଟୋରିୟମ ଆଗାମୀ ପିଢ଼ି ଛାତ୍ରୀଙ୍କ ପାଇଁ ନୂଆ ପ୍ରେରଣା ସୃଷ୍ଟି କରିବ । ଏନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ଓ ଖୁସି ପ୍ରକାଶ ପାଇଛି ।
ଏହି ବିକାଶମୂଳକ କାର୍ଯ୍ୟକ୍ରମ ପାଇଁ ଛାତ୍ରୀ ଓ ଅଧ୍ୟାପିକାମାନେ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଭାଇସ୍ ଚାନସେଲର ଆଜିର ଦିନକୁ ଇତିହାସ ମନେରଖିବ ବୋଲି କହିଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ସାହାଯ୍ୟ କରିଛନ୍ତି ବୋଲି ଅଧ୍ୟାପିକାମାନେ ଧନ୍ୟବାଦ ଦେଇଛନ୍ତି ।












Click it and Unblock the Notifications