Get Updates
Get notified of breaking news, exclusive insights, and must-see stories!

ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ । ପରିସ୍ଥିତି ଉପରେ ନଜର ରଖିବାକୁ ଓ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏବେ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ ପ୍ରାୟ ୨ଶହ ଟେଲିଫୋନ୍ ଆସିଛି ।

ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସଂପର୍କରେ ସହାୟତା କରାଯାଉଛି । ଏଥିସହ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ କରାଯାଇ ଟୋଲ୍ ଫ୍ରି ନମ୍ୱର- ୧୮୦୦-୧୧୮-୭୯୭ ଜାରି କରାଯାଇଛି । ସେପଟେ ମଧ୍ୟପ୍ରାଚ୍ୟରୁ ପ୍ରବାସୀ ଓଡ଼ିଆଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

mohan majhi
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+