ବଜ୍ରପାତରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବରଗଡ଼: ବର୍ଷାରୁ ବର୍ତ୍ତିବା ପାଇଁ ଗଛ ତଳେ ଛିଡ଼ା ହୋଇଥିବା ବେଳେ ବଜ୍ରପାତ ହୋଇଛି । ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି । ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ ଖଲିଆପାଲି ପଞ୍ଚାୟତ ଦୁଆନଡିହି ଗାଁରେ ଆଜି ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି ।ବର୍ତ୍ତମାନ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସମ୍ପର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।












Click it and Unblock the Notifications