କୃଷକଙ୍କ ଉପରେ ବଡ଼ ମନ୍ତବ୍ୟ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ.....

ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ପାଞ୍ଚ ଦିନବ୍ୟାପି ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରି ନିଜ ଅଭିଭାଷଣରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ମଧ୍ୟ ଓଡିଶା ଏକ କୃଷି ଭିତ୍ତିକ ରାଜ୍ୟ ଭାବେ ୬୦ ପ୍ରତିଶତରୁ ବି ଉର୍ଦ୍ଧ୍ଵ ଲୋକେ କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟ ଉପରେ ନିର୍ଭରଶୀଳ ଥିବାରୁ ଆମ ସରକାର ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ରାଜ୍ୟର ଚାଷୀ ଭାଇ ଓ ଭଉଣୀଙ୍କ ଆୟରେ ବୃଦ୍ଧିକରିବା ପାଇଁ କୃଷକ ସମୃଦ୍ଧି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ଯାହା ଆମ ସରକାରଙ୍କ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ଥିବା ପ୍ରତିଶ୍ରୁତିବଦ୍ଧତାକୁ ପ୍ରଦର୍ଶନ କରୁଛି ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ।

mohan majhi

ଜଳବାୟୁ ପରିବର୍ତ୍ତନ, ଅସ୍ଥିର ବଜାର ମୂଲ୍ୟ ଏବଂ ଶ୍ରମିକ ଅଭାବ କୃଷି ଉତ୍ପାଦନକୁ ବାଧା ଦେଇଥାଏ। ସେଥିପାଇଁ ଏହି ମେଳା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା କିପରି ଚ୍ୟାଲେଞ୍ଜ ଗୁଡ଼ିକ ମଧ୍ୟରୁ କିଛି ହ୍ରାସ କରାଯାଇପାରିବ ଓ ଦକ୍ଷତା, ଉତ୍ପାଦକତା ଏବଂ ଶେଷରେ ଲାଭଦାୟକତା ବୃଦ୍ଧି କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ଏହି ମେଳା ଆୟୋଜନ କରାଯାଇଛି। ଏହା ଆମର କୃଷି ପଦ୍ଧତିକୁ ଆଧୁନିକୀକରଣ କରିବା ସହିତ ଆମର ଚାଷୀଭାଇମାନଙ୍କୁ ଆଜିର ବିଶ୍ୱ ବଜାରରେ ପ୍ରତିଯୋଗୀ ଭାବେ ଗଢ଼ି ତୋଳିବାରେ ସକ୍ଷମ ହେବ ବୋଲି ଶ୍ରୀ ମାଝୀ ପ୍ରକାଶ କରିଥିଲେ।

​ଆହୁରିମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ଅଭିଭାଷଣରେ ୨୦୨୫-୨୬ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ବହୁବିଧ ଯୋଜନା ପ୍ରସ୍ତୁତ କରାଯାଇଛି ଏବଂ ପର୍ଯ୍ୟାପ୍ତ ଅର୍ଥର ବ୍ୟବସ୍ଥା କରାଯାଇଛି। ସମୃଦ୍ଧ କୃଷକ ଯୋଜନା ଅନ୍ତର୍ଗତ ଚାଷୀଙ୍କଠାରୁ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ଅଧିକ ଅର୍ଥ ଇନ୍‍ପୁଟ ସହାୟତା ଆକାରରେ ପ୍ରଦାନ କରାଯାଇ କୁଇଣ୍ଟାଲ ପିଛା ୩ ହଜାର ୧ ଶହ ଟଙ୍କାରେ ଧାନ କିଣାଯାଉଛି। ଏହି ଯୋଜନାର ବଜେଟ, 5 ହଜାର କୋଟିରୁ 6 ହଜାର କୋଟିକୁ ବୃଦ୍ଧି କରାଯାଇଛି। ସେହିପରି କେନ୍ଦ୍ର ସରକାରଙ୍କ 'ପିଏମ କିଷାନ'କୁ ରାଜ୍ୟ ଯୋଜନା 'ସିଏମ କିଷାନ' ସହିତ ସମିଶ୍ରଣ କରାଯାଇ କୃଷକମାନଙ୍କ ଆୟ ବୃଦ୍ଧି ଲକ୍ଷ୍ୟକୁ ସାକାର କରିବା ପାଇଁ ବଜେଟରେ ୨ ହଜାର ୨୦ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି।

ମାଣ୍ଡିଆ ଚାଷ ଦ୍ଵାରା ଖାଦ୍ୟ ସୁରକ୍ଷା ଓ ପୋଷଣର ଆବଶ୍ୟକତାକୁ ପୂରଣ କରିବା ପାଇଁ 'ଶ୍ରୀ ଅନ୍ନ ଅଭିଯାନ'କୁ ସମସ୍ତ ୩୦ ଟି ଜିଲ୍ଲାର ମୋଟ ୧୭୭ଟି ବ୍ଲକକୁ ସମ୍ପ୍ରସାରିତ କରାଯିବାର ଲକ୍ଷ୍ୟ ନେଇ ବଜେଟରେ ସ୍ଵତନ୍ତ୍ର ଅର୍ଥ ବ୍ୟବସ୍ଥା କରାଯାଇଛି। କୃଷି ଯାନ୍ତ୍ରୀକିକରଣ ଓ କୃଷି ଭିତ୍ତିକ ଉଦ୍ୟୋଗର ବିକାଶ ନିମନ୍ତେ ୪୨୫ କୋଟି ଟଙ୍କାର ବ୍ୟୟ ବରାଦ ରଖାଯାଇଛି। ସେହିପରି କୃଷି ଉଦ୍ୟୋଗର ପ୍ରୋତ୍ସାହନ ତଥା ବ୍ୟବସାୟ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ନିମନ୍ତେ ୨୬୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ବୋଲି ଶ୍ରୀ ମାଝୀ ସୂଚନା ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସାଂସଦ କେନ୍ଦୁଝର ଅନନ୍ତ ନାୟକ, ତେଲକୋଇ ବିଧାୟକ ଡ଼କ୍ଟର ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଜିଲ୍ଲାପାଳ କେନ୍ଦୁଝର ଵିଶାଲ ସିଂହ, ଅତିରିକ୍ତ ନିର୍ଦ୍ଦେଶକ କୃଷି ବିଭାଗ ଜାମି ସୂର୍ଯ୍ୟା ରାଓ, କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କୃଷି ଯନ୍ତ୍ରପାତି ଓ ଅନ୍ୟ କୃଷି ଆନୁସଙ୍ଗିକ ଉପକରଣ ପ୍ରଦର୍ଶିତ ହେଉଥିବା ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ।

ଏହି ଅବସରରେ ୧୧ ଜଣ ଚାଷୀ ଭାଇ ଭଉଣୀ ହିତାଧିକାରୀମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ହସ୍ତାନ୍ତର କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+