ମମତାଙ୍କୁ ଚିଠି ଲେଖି ମୋହନ କହିଲେ, ଦୀଘା ମନ୍ଦିରକୁ ‘ଧାମ’ କୁହନି

ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ କୁହା ନ ଯାଉ ବୋଲି ମୋହନ ମାଝୀ ଚିଠିରେ କହିଥିବା ସୂଚନା । 'ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ମୋହନ । ଦୀଘା ଜଗନ୍ନାଥ ମନ୍ଦିରକୁ 'ଧାମ' କୁହାନଯାଉ ବୋଲି ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି ।

cm mohan says majhi
ସେହିପରି 'ଧାମ' ଶଦ୍ଦ ବ୍ୟବହାରରୁ ଦୂରରେ ରହିବାକୁ କହିଛନ୍ତି ମୋହନ ମାଝୀ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ । ପୁରୀରେ ଥିବା 'ଜଗନ୍ନାଥ ଧାମ' ପବିତ୍ର ସ୍ଥାନ ଏବଂ ସ୍ବତନ୍ତ୍ର । ଅନ୍ୟ କୌଣସି ଠାରେ 'ଜଗନ୍ନାଥ ଧାମ' ବ୍ୟବହାର ଲୋକଙ୍କୁ ଆଘାତ ଦେଇଛି । କୋଟିକୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ କୁଠାରଘାତ କରିଛି । ଦୀଘା ମନ୍ଦିରକୁ ଧାମ କୁହାଯିବା ଏବଂ ପ୍ରଚାରରେ ବ୍ୟବହାର ଦ୍ବନ୍ଦ୍ବ ସୃଷ୍ଟି କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+