୭୫୦ ଶର୍ଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବହୁ ପ୍ରତିକ୍ଷିତ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଆଜି ଉତ୍ସଗ୍ରୀକୃତ କରିଛନ୍ତି । ଏହି ହସ୍ପିଟାଲ କର୍କଟରୋଗ ଚିକିତ୍ସା କ୍ଷେତ୍ରରେ ସମଗ୍ର ଦେଶରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ ।

ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ । ଏହି ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି ଯେ, ଆମେ ସ୍ୱାସ୍ଥ୍ୟ ସଚେତନତା ହେବା ଜରୁରୀ । ଆମ ଲାଇଫ ଷ୍ଟାଇଲରେ ପରିବର୍ତ୍ତନ କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆମେ ସୁସ୍ଥ ରହିଲେ ଓଡ଼ିଶା ସୁସ୍ଥ ରହିବ । ଓଡ଼ିଶା ପାଇଁ ନୂଆ ଯୁଗ ଆରମ୍ଭ କରିଛି ଏହି ହସ୍ପିଟାଲ ।

Bagchi-Sri Shankara Cancer Centre & Reserch Institute

କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆମେ ସମସ୍ତେ ସ୍ୱାସ୍ଥ୍ୟ ପ୍ରତି ସଚେତନତା ହେବା ଜରୁରୀ । ଆମେ ସୁସ୍ଥ ରହିଲେ ଓଡ଼ିଶା ସୁସ୍ଥ ରହିବ । ଏଥିସହ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ୪୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ହସ୍‌ପିଟାଲକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି ।

ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ ହସ୍ପିଟାଲରେ ୭୫୦ ଶଯ୍ୟା ରହିଥିବା ବେଳେ ଏହା ବାଙ୍ଗାଲୋରର ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଏକ ଶାଖା । ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ । ଏହି ହସ୍ପିଟାଲ କର୍କଟରୋଗ ଚିକିତ୍ସା କ୍ଷେତ୍ରରେ ସମଗ୍ର ଦେଶରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+