ହାଥରସ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା
Hathras Satsang: ଉତ୍ତରପ୍ରଦେଶ ହାଥରସ ଜିଲ୍ଲାର ସିକନ୍ଦରା ରାଓ ଥାନା ପୁଲାରାଇ ଗାଁରେ ସତସଙ୍ଗରେ ହୋଇଥିବା ଦଳାଚକଟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦୁର୍ଘଟଣାରେ ପ୍ରାୟ 80ରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଥିଲେ। ସିଏମ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାକୁ ଦୂଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି।

ସିଏମ୍ ଯୋଗୀ ଆଦିତ୍ୟନାଥ ହାଥରସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ 50 ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କୁ ଉନ୍ନତମାନ ଚିକିତ୍ସା ଯୋଗାଇ ଦେବା ପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଏକ ଟିମ୍ ଗଠନ କରାଯାଇଛି।












Click it and Unblock the Notifications