କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ

କଂଗ୍ରେସର ପୂର୍ବତନ ସଭାପତି ତଥା ବର୍ତ୍ତମାନର ସାଂସଦ ରାହୁଲ ଗାନ୍ଧୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ସଭାପତି ତଥା ବର୍ତ୍ତମାନର ସାଂସଦ ରାହୁଲ ଗାନ୍ଧୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ଟ୍ୱିଟରେ ଲେଖିଛନ୍ତି, 'ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ ମୋର କୋଭିଡ ପରୀକ୍ଷା ସକରାତ୍ମକ ଆସିଛି । ଯେଉଁମାନେ ମୋ ସହିତ ଯୋଗାଯୋଗ କରିଥିଲେ, ଦୟାକରି ସମସ୍ତ କରୋନା ପ୍ରୋଟୋକଲ୍ ଅନୁସରଣ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ।'

Rahul-Gandhi

ଏହାପୂର୍ବରୁ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସମଗ୍ର ଦେଶରେ କରୋନା ଭାଇରସ ମହାମାରୀ ବ୍ୟାପିବାରେ ଲାଗିଛି, ସାଧାରଣ ମଣିଷଠାରୁ ବଲିଉଡ ପର୍ଯ୍ୟନ୍ତ, ଶିଳ୍ପପତି ଏବଂ ନେତାମାନେ ମଧ୍ୟ ମହାମାରୀର ଶିକାର ହେଉଛନ୍ତି । ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । କରୋନା ପଡିଜିଭ୍ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ହୋମ୍ କ୍ୱାରେଣ୍ଟିନରେ ରହିଛନ୍ତି । ସୂଚନାଯୋଗ୍ୟ, ଦିଲ୍ଲୀରେ ଦୈନିକ ସଂକ୍ରମଣ ମାମଲା ପ୍ରାୟ 25 ହଜାର ଆସିବା ପରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ରାଜଧାନୀରେ 6 ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+