କମୁଛି କରୋନା ସଂକ୍ରମଣ: ଆଜି ଦେଶରେ ୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ କରୋନାର ଦୈନିକ ମାମଲା ଲଗାତାର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ୯୩ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୮୪୨ ଥିବା ନେଇକେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

corona

ନୂଆଦିଲ୍ଲୀ: ଦେଶରେ କରୋନାର ଦୈନିକ ମାମଲା ଲଗାତାର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୩ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୮୪୨ ଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କିଛି ଦିନ ବ୍ୟବଧାନ ପରେ କରୋନା ଦୈନିକ ମାମଲା ଶହେ ତଳେ ରହୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମ୍ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ସାରା ଦେଶରେ ମୋଟ ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪.୪୬.୮୨, ୫୩୦ରେ ପହଁଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନାହିଁ ।

ସେହିପରି ୨୪ଘଣ୍ଟା ମଧ୍ୟ ୧୪୭ ଜଣ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ୍ ସୁସ୍ଥତା ସଂଖ୍ୟା ୪,୪୧,୪୯,୯୪୯ ରହିଛି । ଅନ୍ୟପକ୍ଷରେ ଦେଶରେ ଏବେ ବି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪୨ ଥିବା ରେକର୍ଡ ହୋଇଛି । କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୨୨୦ କୋଟି ୩୮ ଲକ୍ଷ ୦୭ ହଜାର ୯୬୮ ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+