ଏକ ଲକ୍ଷ 19 ହଜାର ପାର୍ ହେଲା କରୋନା ସକ୍ରିୟ ମାମଲା, ଗତ 24 ଘଣ୍ଟାରେ 18930 ଆକ୍ରାନ୍ତ ଚିହ୍ନଟ
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 930 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 14 ହଜାର 650 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସୋମବାର ଏଥିରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଥିଲା । କିନ୍ତୁ ଏଥିରେ ପୁଣି କ୍ରମାଗତ ବୃଦ୍ଧି ହେଉଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ବି ଏକ ଲକ୍ଷ 19 ହଜାର ପରେ ପହଞ୍ଚିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 930 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 14 ହଜାର 650 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 19 ହଜାର 457 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 35 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 66 ହଜାର 739 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 29 ଲକ୍ଷ 21 ହଜାର 977 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 305 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 198 କୋଟି 33 ଲକ୍ଷ 18 ହଜାର 772 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 11 ଲକ୍ଷ 44 ହଜାର 489 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications