କମୁନି କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 18815 ରୋଗୀ, ପ୍ରାଣ ହରାଇଲେ 38 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 815 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 899 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସୋମବାର ଏଥିରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଥିଲା । କିନ୍ତୁ ଏଥିରେ ପୁଣି କ୍ରମାଗତ ବୃଦ୍ଧି ହେଉଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ଏକ ଲକ୍ଷ 22 ହଜାର ପରେ ପହଞ୍ଚିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 815 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 899 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 22 ହଜାର 335 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 38 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 85 ହଜାର 554 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 29 ଲକ୍ଷ 37 ହଜାର 876 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 343 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 198 କୋଟି 51 ଲକ୍ଷ 77 ହଜାର 962 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 17 ଲକ୍ଷ 62 ହଜାର 441 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+