5 ଶହ ତଳେ କରୋନା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ 474 ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 474 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 800 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 7 ହଜାର 918 କରୋନା ସକ୍ରିୟ ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଥିବା ବେଳେ ଏହା 5 ଶହ ତଳକୁ ଖସିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ରେ ମଧ୍ୟ ହ୍ରାସ ହୋଇଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 474 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 800 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 7 ହଜାର 918 କରୋନା ସକ୍ରିୟ ରୋଗୀ ଅଛନ୍ତି । ଆଶ୍ୱସ୍ତିକର ଖବର ହେଉଛି ଗତକାଲି କରୋନା କାରଣରୁ ମାତ୍ର ଜଣେ ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 66 ହଜାର 175 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 27 ହଜାର 724 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 533 ହୋଇଛି ।

କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 81 ଲକ୍ଷ 36 ହଜାର 068 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 1 ଲକ୍ଷ 13 ହଜାର 909 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+