ବଢୁଛି କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 268 ଆକ୍ରାନ୍ତ, ପ୍ରାଣ ହରାଇଲେ 2 ରୋଗୀ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 268 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 182 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 552 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ବର୍ତ୍ତମାନ ପୁଣି ବୃଦ୍ଧି ହୋଇଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ଗତକାଲି ଏଥିରେ ପୁଣି ବୃଦ୍ଧି ହୋଇଛି । ଗତ 2 ଦିନ ଧରି କୌଣସି କରୋନାଜନିତ ମୃତ୍ୟୁ ହୋଇନଥିବା ବେଳେ ଗତ 24 ଘଣ୍ଟାରେ କରୋନା 2 ରୋଗୀଙ୍କ ପ୍ରାଣ ନେଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 268 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 182 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 552 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 2 ଜଣ ରୋଗୀ କରୋନା କାଣରୁ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 77 ହଜାର 915 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 43 ହଜାର 665 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 698 ରୋଗୀ ପ୍ରାଣ ହରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+