For Quick Alerts
Turn On Notification  
For Daily Alerts
Oneindia App Download

5 ଶହ ତଳେ କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 5 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 408 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 568 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

|

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ କିଛି ଦିନ ବୃଦ୍ଧି ହେବା ପରେ ବର୍ତ୍ତମାନ ହ୍ରାସ ପରିଲକ୍ଷିତ ହୋଇଛି । ଗତ କିଛି ଦିନ ଧରି ଦୈନିକ ମାମଲା 5 ଶହ ପରେ ରହୁଥିବା ବେଳେ ଗତ କାଲି ଏହା 4 ଶହ ପାଖାପାଖି ତଳେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 408 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 568 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 5 ହଜାର 881 କରୋନା ସକ୍ରିୟ ରୋଗୀ ଅଛନ୍ତି । ଅପରପକ୍ଷରେ ଗତକାଲି କରୋନା କାରଣରୁ 5 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 70 ହଜାର 483 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 34 ହଜାର 001 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 601 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 87 ଲକ୍ଷ 88 ହଜାର 440 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 74 ହଜାର 488 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Corona Daily Cases Decreased, India Reports 408 Fresh Cases In Last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X