ସ୍ଥିର ରହିଛି କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16561 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 561 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 503 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତ ତିନି ଦିନ ହେବ ଏଥିରେ ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ମାମଲା 16 ହଜାର ରହିଛି । ଏପରିକି ସକ୍ରିୟ ମାମଲା ଏବେ ମଧ୍ୟ ଏକ ଲକ୍ଷ 23 ହଜାରକୁ ଖସିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 561 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 503 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 23 ହଜାର 535 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 49 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 42 ଲକ୍ଷ 25 ହଜାର 049 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 73 ହଜାର 094 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 928 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 207 କୋଟି 47 ଲକ୍ଷ 19 ହଜାର 034 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 17 ଲକ୍ଷ 72 ହଜାର 441 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+