ଲଗାତାର ଦୁଇ ଦିନ 20 ହଜାର ପରେ କରୋନା ମାମଲା, ଏକ ଲକ୍ଷ 39 ହଜାର ଅତିକ୍ରମ କଲା ସକ୍ରିୟ ମାମଲା
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 038 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 994 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ପୁଣି ବୃଦ୍ଧି ହେଉଛି । ଦାନିକ ସଂକ୍ରମଣ ଲଗାତାର ଦୁଇ ଦିନ ଧରି 20 ହଜାର ପରେ ରହିଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ଏକ ଲକ୍ଷ 39 ହଜାର ପାର୍ ହୋଇଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 038 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 994 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 39 ହଜାର 073 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 47 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 10 ହଜାର 027 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 30 ଲକ୍ଷ 45 ହଜାର 350 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 604 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 199 କୋଟି 47 ଲକ୍ଷ 34 ହଜାର 994 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 18 ଲକ୍ଷ 92 ହଜାର 969 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications