ତିନି ଦିନ ଧରି 20 ହଜାର୍ ପରେ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 20044 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 044 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 301 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ପୁଣି ବୃଦ୍ଧି ହେବାରେ ଲାଗିଛି । ଦୈନିକ ସଂକ୍ରମଣ ଲଗାତାର ଗତ ତିନି ଦିନ ଧରି 20 ହଜାର ପରେ ରହିଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏକ ଲକ୍ଷ 40 ହଜାର ପାର୍ ହୋଇଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 044 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 301 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 40 ହଜାର 760 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 56 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 30 ହଜାର 071 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 30 ଲକ୍ଷ 63 ହଜାର 651 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 660 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 199 କୋଟି 71 ଲକ୍ଷ 61 ହଜାର 438 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 22 ଲକ୍ଷ 93 ହଜାର 627 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+