5 ହଜାର ପାର୍ କରୋନା ମାମଲା, ଚଳିତ ବର୍ଷର ସର୍ବାଧିକ ଦୈନିକ ମାମଲା

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ କରୋନା ଦୈନିକ ସଂକ୍ରମଣ ଅହେତୁକ ଭାବେ ବୃଦ୍ଧି ହେଉଛି । ବର୍ତ୍ତମାନ ଦୈନିକ ମାମଲା ଚଳିତ ବର୍ଷର ସର୍ବାଧିକ ରହିଛି । ଗତ 24 ଘଣ୍ଟାରେ ଦୈନିକ ମାମଲା 5 ହଜାର ପାର୍ ହୋଇଛି । ଏହା ସହିତ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 5328 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 2826 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 25 ହଜାର 587 ରେ ପହଞ୍ଚିଛି । ଏହି ସମୟରେ 6 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 39 ହଜାର 054 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 82 ହଜାର 538 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 929 ରୋଗୀ ପ୍ରାଣ ହରାଇଛନ୍ତି ।

ସାରା ଦେଶରେ କରୋନା ପାଇଁ ଜାରି ରହିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 220 କୋଟି 66 ଲକ୍ଷ 18 ହଜାର 336 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି କେବଳ 1 ହଜାର 993 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+