Corona Update: 5ହଜାର ପରେ ରହିଛି ଦୈନିକ କରୋନା ମାମଲା, ମୃତ୍ୟୁ ସଂଖ୍ୟାରେ ବୃଦ୍ଧି
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ କରୋନା ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି । ଏହା ସହିତ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଦୈନିକ ମାମଲା 5 ହଜାର୍ ପରେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି ।
ଏହି ସମୟରେ, ଆଜି ସାରା ଦେଶରେ ଏକ ମକ୍ ଡ୍ରିଲ୍ ଆୟୋଜନ କରାଯିବ । କରୋନା ସହ ଜଡିତ ପ୍ରସ୍ତୁତିର ଯାଞ୍ଚ କରାଯିବ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 5878 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 3481 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 35 ହଜାର 199 ରେ ପହଞ୍ଚିଛି । ଏହି ସମୟରେ 12 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 62 ହଜାର 496 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 96 ହଜାର 318 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 979 ରୋଗୀ ପ୍ରାଣ ହରାଇଛନ୍ତି ।
ସାରା ଦେଶରେ କରୋନା ପାଇଁ ଜାରି ରହିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 220 କୋଟି 66 ଲକ୍ଷ 23 ହଜାର 527 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି କେବଳ 205 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications