ଲୋକଙ୍କ ମନରେ ଭୟ ବଢାଉଛି କରୋନା ସଂକ୍ରମଣ, ଲଗାତାର 4 ଦିନ ଧରି ହଜାରେ ପାଖାପାଖି ରହୁଛି କରୋନା ଦୈନିକ ମାମଲା

ଗତ କିଛି ଦିନ ହେବ କରୋନା ମାମଲା ଅହେତୁକ ଭାବେ ବଢିବାରେ ଲାଗିଛି । ଏପରିକି ଗତ 4 ଦିନ ଧରି ଦୈନିକ ମାମଲା ପ୍ରାୟତଃ ହଜାରେ ପାଖାପାଖି ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି ।

corona virus

ନୂଆଦିଲ୍ଲୀ : ସାରା ଦେଶରେ କରୋନା ସଂକ୍ରମଣ ପୁଣି ବଢୁଛି । ଗତ କିଛି ଦିନ ହେବ କରୋନା ମାମଲା ଅହେତୁକ ଭାବେ ବଢିବାରେ ଲାଗିଛି । ଏପରିକି ଗତ 4 ଦିନ ଧରି ଦୈନିକ ମାମଲା ପ୍ରାୟତଃ ହଜାରେ ପାଖାପାଖି ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି । ଫଳରେ ଲୋକଙ୍କ ମନରେ ପୁଣି କରୋନା ଆତଙ୍କ ଦେଖିବାକୁ ମିଳୁଛି । ଏପରିକି ଉଭୟ ସରକାର ଏବଂ ବୈଜ୍ଞାନିକମାନଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 918 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 479 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 6350 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 4 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 96 ହଜାର 338 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 59 ହଜାର 182 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 806 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 65 ଲକ୍ଷ 4 ହଜାର 798 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 7 ହଜାର 160 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+