ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 44,643 କରୋନା ରୋଗୀ, 464 ଜଣଙ୍କର ମୃତ୍ୟୁ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ସାରା ଦେଶରୁ 44 ହଜାର 643 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମହାମାରୀ ହେତୁ 464 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 41 ହଜାର 096 ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ କ୍ରମାଗତ ତୃତୀୟ ଦିନ ପାଇଁ 42 ହଜାରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ସାରା ଦେଶରୁ 44 ହଜାର 643 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମହାମାରୀ ହେତୁ 464 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 41 ହଜାର 096 ରୋଗୀ ସୁସ୍ଥ ହୋଇଛନ୍ତି । ଏଥିସହିତ ବର୍ତ୍ତମାନ ଦେଶରେ 4 ଲକ୍ଷ 14 ହଜାର 159 ଜଣ ସକ୍ରିୟ ରୋଗୀ ଅଛନ୍ତି ।

corona-virus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 18 ଲକ୍ଷ 56 ହଜାର 757 କୁ ବୃଦ୍ଧି ପାଇଛି । ଏହାବ୍ୟତୀତ ଦେଶରେ ମୋଟ 3 କୋଟି 10 ଲକ୍ଷ 15ହଜାର 844 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ମୋଟ 4 ଲକ୍ଷ 26 ହଜାର 754 ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

କରୋନା ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 49 କୋଟି 53 ଲକ୍ଷ 27 ହଜାର 595 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+