କମୁନି କରୋନା ସଂକ୍ରମଣ, ଲଗାତାର ହଜାରେ ପରେ ରହୁଛି ଦୈନିକ ମାମଲା

corona virus

ନୂଆଦିଲ୍ଲୀ : ସାରା ଦେଶରେ କରୋନା ସଂକ୍ରମଣ ପୁଣି ବଢୁଛି । ଗତ କିଛି ଦିନ ହେବ କରୋନା ମାମଲା ଅହେତୁକ ଭାବେ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଏହା 13 ଶହ ପାଖାପାଖି ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି । ଫଳରେ ଲୋକଙ୍କ ମନରେ ପୁଣି କରୋନା ଆତଙ୍କ ଦେଖିବାକୁ ମିଳୁଛି । ଏପରିକି ଉଭୟ ସରକାର ଏବଂ ବୈଜ୍ଞାନିକମାନଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 1249 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 925 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 7927 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 2 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 667 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 61 ହଜାର 922 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 818 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 65 ଲକ୍ଷ 34 ହଜାର 827 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 6 ହଜାର 117 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+