ତିନି ହଜାର ପାର୍ ହେଲା ଦୈନିକ କରୋନା ମାମଲା, ଡରାଉଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ ବଢୁଥିବା କରୋନା ସଂକ୍ରମଣ ବର୍ତ୍ତମାନ ଅଣାୟତ ହେବାରେ ଲାଗିଛି । ବର୍ତ୍ତମାନ ଅହେତୁକ ଭାବେ ଦୈନିକ କରୋନା ମାମଲା ବୃଦ୍ଧି ହେବାରେ ଲାଗିଛି । କରୋନା ଦୈନିକ ମାମଲାରେ ବୃଦ୍ଧି ହେବା ସହ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଦୈନିକ ମାମଲା 3 ହଜାର ପାର୍ କରିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଯାହାକି ଲୋକଙ୍କ ମନରେ ପୁଣି କରୋନା ଆତଙ୍କ ଖେଳାଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 3008 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 1396 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 13 ହଜାର 509 ରେ ପହଞ୍ଚିଛି । ଏହି ସମୟରେ 6 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 12 ହଜାର 692 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 68 ହଜାର 321 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 862 ରୋଗୀ ପ୍ରାଣ ହରାଇଛନ୍ତି ।
ସାରା ଦେଶରେ କରୋନା ପାଇଁ ଜାରି ରହିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 220 କୋଟି 65 ଲକ୍ଷ 92 ହଜାର 481 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି କେବଳ 15 ହଜାର 784 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications